www.samajalive.in
Sunday, December 14, 2025
17.1 C
Bhubaneswar

୫୦ଏକର ଜମି ଜବରଦଖଲ, ହାଇକୋର୍ଟରେ ମାମଲା

କଟକ : ଭୁବନେଶ୍ୱରର କଳାରାହାଙ୍ଗ ମୌଜାରେ ୫୦ ଏକର ସରକାରୀ ଜମିରୁ ଜବରଦଖଲ ଉଚ୍ଛେଦ ପାଇଁ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ ହୋଇଛି। ଖୋର୍ଦ୍ଧା ଜିଲା କଲ୍ୟାଣପୁରର ଅଚ୍ୟୁତାନନ୍ଦ ସ୍ୱାଇଁଙ୍କ ପକ୍ଷରୁ ଦାୟର ଜନସ୍ୱାର୍ଥ ମାମଲାରେ ଦର୍ଶାଯାଇଛି ଯେ ଭୁବନେଶ୍ୱର ତହସିଲ ଅନ୍ତର୍ଗତ କଳାରାହାଙ୍ଗ ମୌଜାରେ ପ୍ରାୟ ୫୦ ଏକର ସରକାରୀ ଜମି ଜବରଦଖଲ କରି କେତେକ ବ୍ୟକ୍ତି ଘର, ବିଭିନ୍ନ ଅନୁଷ୍ଠାନ, ପାର୍ଟି କାର୍ଯ୍ୟାଳୟ, କ୍ଲବ ନିର୍ମାଣ କରିଛନ୍ତି। ଗୋଚର ଓ ଜଙ୍ଗଲ କିସମ ଜମି ସହିତ ସର୍ବସାଧାରଣଙ୍କ ବ୍ୟବହାର ପାଇଁ ଯୋଗ୍ୟ ଜମିକୁ ଜବର ଦଖଲ କରାଯାଇଛି। ଏଥିସହିତ କେତେକ ବ୍ୟକ୍ତି କାଗଜପତ୍ର ଜାଲିଆତି କରି ସରକାରୀ ଜମି ନିଜ ନାଁରେ କରାଇଛନ୍ତି। ଜାଲ କାଗଜପତ୍ର ଜରିଆରେ ଏହି ଜମି ଜବରଦଖଲ ପରେ ବିକ୍ରି ମଧ୍ୟ କରାଯାଉଛି ବୋଲି ଆବେଦନକାରୀ ଦର୍ଶାଇଛନ୍ତି। ଏପରି ଘଟଣା ସଂପର୍କରେ ଆବେଦନକାରୀ ଜିଲାପାଳ ଓ ଅନ୍ୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ କିଛି ଫଳ ମିଳି ନଥିଲା। ଏପରିସ୍ଥଳେ ଘଟଣାର ଉପଯୁକ୍ତ ତଦନ୍ତ ସହିତ ସରକାରୀ ଜମିରୁ ଜବରଦଖଲ ଉଚ୍ଛେଦ ପାଇଁ ପ୍ରାର୍ଥନା କରି ଏହି ଜନସ୍ୱାର୍ଥ ମାମଲା ରୁଜୁ ହୋଇଛି ବୋଲି ଆବେଦନରେ ଦର୍ଶାଯାଇଛି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଅନ୍ତର୍ଯ୍ୟାମୀ ସ୍ୱାଇଁ ଏହି ମାମଲା ରୁଜୁ କରିଛନ୍ତି। ଏହି ମାମଲାରେ ଆଇନ ବିଭାଗ ସଚିବ, ଖୋର୍ଦ୍ଧା ଜିଲ୍ଲାପାଳ, ଭୁବନେଶ୍ୱର ତହସିଲଦାର, ଉପଜିଲାପାଳ, କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତ ଓ ରାଜସ୍ୱ ସଚିବଙ୍କୁ ପକ୍ଷଭୁକ୍ତ କରାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories