www.samajalive.in
Sunday, December 14, 2025
19.1 C
Bhubaneswar

ଡ. ଏସସି ଜମୀରଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ଭୁବନେଶ୍ୱର: ଶନିବାର ଓଡିଶାରୁ ବିଦାୟ ନେଇଛନ୍ତି ପୂର୍ବତନ ରାଜ୍ୟପାଳ ଡ. ଜମୀର । ଆଜି ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପ୍ରଶାସନିକ ଅଧିକାରୀଙ୍କ ପକ୍ଷରୁ ଭବ୍ୟ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି । ଏହି ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଛି । ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବରେ ରାଜ୍ୟ ଅର୍ଥ ମନ୍ତ୍ରୀ ଶଶିଭୂଷଣ ବେହେରା ଓ ବିକ୍ରମ କେଶରୀ ଆରୁଖ, ପୁଲିସ କମିଶନର ୱାଇ ବି ଖୁରାନିଆ, ଭୁବନେଶ୍ୱର ମେୟର ଅନନ୍ତ ନାରାୟଣ ଜେନା ପ୍ରମୁଖ ଉପସ୍ଥିତ ଥିଲେ ।

ସୂଚନାଯୋଗ୍ୟ, ୨୦୧୩ ମସିହା ମାର୍ଚ୍ଚ ୨୧ ତାରିଖରେ ଓଡ଼ିଶାର ରାଜ୍ୟପାଳ ଭାବେ ଡ. ଜମୀର ଦାୟିତ୍ୱ ନେଇଥିଲେ । ଗତ ୨୦ ତାରିଖରେ ତାଙ୍କର ୫ ବର୍ଷର କାର୍ୟ୍ୟକାଳ ଶେଷ ହୋଇଥିଲା। ସେହିଦିନ ବିହାରର ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କୁ ଓଡ଼ିଶାର ଅତିରିକ୍ତ ରାଜ୍ୟପାଳ ଦାୟିତ୍ୱ ମିଳିଥିଲା । ଏନେଇ ରାଷ୍ଟ୍ରପତି ଭବନରୁ ସୂଚନା ପ୍ରକାଶ ପାଇଥିଲା।  ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜଭବନକୁ ଯାଇ ଡ. ଜମୀରଙ୍କୁ ସାକ୍ଷାତ କରିଥିଲେ ।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories