www.samajalive.in
Saturday, December 6, 2025
26.1 C
Bhubaneswar

ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ

ନବରଙ୍ଗପୁର : ଓଡ଼ିଶା ସରକାରଙ୍କ ମାନ୍ୟବର ଜଳ ସେଚନ ଏବଂ ସୂଚନା ଓ ଲୋକ ସମ୍ପର୍କ ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ  ରଘୁନନ୍ଦନ ଦାସଙ୍କ ଅଧ୍ୟକ୍ଷତାରେ ନବରଙ୍ଗପୁର ଜିଲ୍ଲାର ଚାଷୀ ମାନଙ୍କ ପାଇଁ ଆବଶ୍ୟକ ଜଳସେଚନର ସୁବିଧା ପାଇଁ ଏକ ସମୀକ୍ଷା ବୈଠକ ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅଶୋକ ମେହେଟା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ନବରଙ୍ଗପୁରର ମାନ୍ୟବର ବିଧାୟକ ସଦାଶିବ ପ୍ରଧାନୀ, ଡାବୁଗାଁ ମାନ୍ୟବର ବିଧାୟକ ମନୋହର ରନ୍ଧାରୀ, ଉମରକୋଟ ମାନ୍ୟବର ବିଧାୟକ ନିତ୍ୟାନନ୍ଦ ଗଣ୍ଡ, ଝରିଗାଁ ର ମାନ୍ୟବର ବିଧାୟକ ପ୍ରକାଶ ଚନ୍ଦ୍ର ମାଝୀ, ମାନ୍ୟବର ସାଂସଦ ପ୍ରତିନିଧି ପ୍ରମୋଦ କୁମାର ପାଢୀ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଭଗବତୀ ଭତ୍ରା, ଉପାଧ୍ୟକ୍ଷା ନିବେଦିତା ମହାନ୍ତି, ନବରଙ୍ଗପୁର ଜିଲ୍ଲାପାଳ, ଡ଼ଃ ଅଜିତ କୁମାର ମିଶ୍ର, ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦେଶକ, ରମାକାନ୍ତ ନାୟକ, ଜଳ ସେଚନ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ, ଜୋତିର୍ମୟ ରଥ, ମୁଖ୍ୟ ଯନ୍ତ୍ରୀ, ବୃହତ ଉଠା ଜଳସେଚନ, ଗୌରୀ ଶଙ୍କର କର, ଉପଜିଲ୍ଲାପାଳ ଭାସ୍କର ରୋଇତ, ଭୁଅର୍ଜନ ଅଧିକାରୀ, ମୌସୁମୀ ନାୟକ, କାର୍ୟ୍ୟ ନିର୍ବାହୀ ଯାନ୍ତ୍ରିକ ନିର୍ଦେଶକ, ବିକ୍ରମ କେଶରୀ ସ୍ୱାଇଁ ବ୍ୟତୀତ ବିଭାଗୀୟ ନିର୍ବାହୀ ଯନ୍ତ୍ରୀ ଗଙ୍ଗାଧର ତ୍ରିପାଠୀ ଏବଂ ଅଧିକାରୀ ବୃନ୍ଦ ଯୋଗ ଦେଇଥିଲେ ।

ମାନ୍ୟବର ମନ୍ତ୍ରୀ ନବରଙ୍ଗପୁର ଜିଲ୍ଲାରେ ଥିବା ଜଳସେଚନ ଏ ଆବଶ୍ୟକତାକୁ ପୂରଣ କରିବା ପାଇଁ ସମସ୍ତଙ୍କ ସହଯୋଗ ଲଢିବା ସହିତ ନବରଙ୍ଗପୁର ଜିଲ୍ଲାକୁ ସବୁଜ ସୁନ୍ଦର ଭାବେ ଗଡି ତୋଳିବା ପାଇଁ ପରାମର୍ଶ ଦେଇଥିଲେ। ଜିଲ୍ଲାରେ କାର୍ଯ୍ୟକାରୀ ହେବାକୁ ଥିବା ବିଭିନ୍ନ ଜଳସେଚନ ପ୍ରକଳ୍ପକୁ ତ୍ୱରାନ୍ୱିତ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଯନ୍ତ୍ରୀଙ୍କୁ ମୁଖ୍ୟ ଯନ୍ତ୍ରୀ ଶ୍ରୀ ରଥଙ୍କୁ ନିର୍ଦେଶ ଦେଇଥିଲେ। ଜିଲ୍ଲାର ସମସ୍ତ ବିଧାୟକ ନିଜ ଅଂଚଳରେ ଥିବା ଆବଶ୍ୟକ ଜଳସେଚନର ସୁବିଧା ପାଇଁ ଗୃହରେ ପ୍ରସ୍ତାବ ଆଗତ କରିଥିଲେ। ବିଧାୟକମାନଙ୍କ ପ୍ରସ୍ତାବ କୁ ଆଖି ଆଗରେ ରଖି ଆଗାମୀ ଦିନରେ ଜଳସେଚନର ସୁବିଧା ଯୋଗାଇଦେବା ପାଇଁ ମାନ୍ୟବର ମନ୍ତ୍ରୀ ପରାମର୍ଶ ଦେଇଥିଲେ ।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories