www.samajalive.in
Monday, December 8, 2025
27.1 C
Bhubaneswar

ଘୂର୍ଣ୍ଣିବଳୟ ସକ୍ରିୟ : ୨୪ଘଣ୍ଟା ମଧ୍ୟରେ ଲଘୁଚାପ !

ଡେସ୍କ :  ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ୧୬ତାରିଖ ବେଳକୁ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଅବପାତ ସମ୍ଭାବନା ରହିଛି।

ଏହାର ପ୍ରଭାବରେ ଦକ୍ଷିଣ ଉପକୂଳ ଓଡ଼ିଶା, ମାଲକାନଗିରି, କୋରାପୁଟ, ରାୟଗଡ଼ା, କଟକ, ଜଗତସିଂହପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର ଏବଂ କେନ୍ଦ୍ରାପଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ଜିଲ୍ଲାରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଆସନ୍ତା ୧୭ ଓ ୧୮ ତାରିଖରୁ ବର୍ଷାର ପରିମାଣ ବଢ଼ିବ। ତେବେ ଆଗାମୀ ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ବୋଲି
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories