ମାଲକାନଗିରି:ମାଲକାନଗିରି ଜିଲ୍ଲା ସୀମାନ୍ତ ସୁକମା ଜିଲ୍ଲାର ବୁର୍କାଲଙ୍କା ଜଙ୍ଗଲରେ ପୁଲିସ-ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଛି। ଗୁଳି ବିନିମୟବେଳେ ଯବାନଙ୍କ ଗୁଳିରେ ଜଣେ ମାଓବାଦୀର ମୃତ୍ୟୁ ଘଟିଛି। ସୂଚନା ମୂତାବକ ବୁର୍କାଲଙ୍କା ଜଙ୍ଗଲରେ ମାଓବାଦୀମାନେ ଏକ କ୍ୟାମ୍ପ କରି ରହିଥିବା ନେଇ ପୁଲିସ କୌଣସି ବିଶେଷ ସୂତ୍ରରୁ ଜାଣିବାକୁ ପାଇଥିଲା। ଯାହାକୁ ଆଧାର କରି ସେଠାରେ କୁମ୍ବିଂ ଅପରେସନ୍ କରାଯାଇଥିଲା। ମାଓବାଦୀମାନେ ପ୍ରଥମେ ଯବାନ ମାନଙ୍କ ଉପରକୁ ଗୁଳି ଚାଳନା କରିଥିଲେ। ପରେ ଯବାନମାନେ ଏହାର ପାଲଟା ଜବାବରେ ଗୁଳି ଚାଳନା କରିଥିଲେ। ଏଥିରେ ଜଣେ ମାଓବାଦୀର ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଥିବା ସୂଚନା ମିଳିଛି।
Popular Categories



