www.samajalive.in
Monday, December 15, 2025
17.1 C
Bhubaneswar

କୌଣସି ଯୋଗ୍ୟ ଚାଷୀଙ୍କୁ କ୍ଷତିପୂରଣରୁ ବଞ୍ଚିତ ନକରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ବର୍ଷା ଜନିତ ଫସଲ କ୍ଷୟକ୍ଷତିର ସମୀକ୍ଷା କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଆଜି କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲା ଗସ୍ତ କରିଛନ୍ତି । ଶ୍ରୀ ପାତ୍ର ପ୍ରଥମେ କେନ୍ଦ୍ରାପଡା ଗସ୍ତ କରି କେନ୍ଦ୍ରାପଡ଼ା, ପଟ୍ଟାମୁଣ୍ଡାଇ, ରାଜନଗର ଓ ଆଳି ବ୍ଲକର ବିଭିନ୍ନ ପଞ୍ଚାୟତ ଏବଂ ଗ୍ରାମ ଗସ୍ତ କରି ଅଦିନିଆ ବର୍ଷା ଫସଲ କ୍ଷୟକ୍ଷତି ଓ ଚାଷୀ ମାନଙ୍କୁ କ୍ଷତି ପୂରଣ ପ୍ରଦାନ ସଂକ୍ରାନ୍ତୀୟରେ ସମୀକ୍ଷା କରିଛନ୍ତି । ସେହିଭଳି ମନ୍ତ୍ରୀ ଶ୍ରୀ ପାତ୍ର ଯାଜପୁର ଜିଲ୍ଲାର ବିଂଝାରପୁର ଓ ଦଶରଥପୁର ବ୍ଲକ ଗସ୍ତ କରି ଫସଲ କ୍ଷତିର ସମୀକ୍ଷା କରିବା ସହ ଅଧିକାରୀ ମାନଙ୍କ ସହ ଏ ସଂକ୍ରାନ୍ତରେ ବିସ୍ତୃତ ଭାବେ ଆଲୋଚନା କରିଛନ୍ତି । ନିକଟରେ ଅଦିନିଆ ବର୍ଷା ଦ୍ୱାରା ରାଜ୍ୟରେ ବ୍ୟାପକ ଧାନ ଫସଲ ନଷ୍ଟ ହେବା ସହ ସମଗ୍ର ଓଡ଼ିଶାର ଚାଷୀମାନେ କ୍ଷତିଗ୍ରସ୍ତ ହୋଇଛନ୍ତି । ତେଣୁ କୌଣସି ଯୋଗ୍ୟ ଚାଷୀଙ୍କୁ କ୍ଷତିପୂରଣରୁ ବଞ୍ଚିତ ନକରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । କ୍ଷୟକ୍ଷତି ସଂକ୍ରାନ୍ତରେ ଆସନ୍ତାକାଲି  ସୁଦ୍ଧା ରିପୋର୍ଟ ପ୍ରଦାନ କରିବାକୁ ସେ ପରାମର୍ଶ ଦେଇଛନ୍ତି ।

ମନ୍ତ୍ରୀ ଶ୍ରୀ ପାତ୍ର ଏହି ଦୁଇ ଜିଲ୍ଲାର ବିଭିନ୍ନ ପଞ୍ଚାୟତ ଗସ୍ତରେ ଯାଇ ସେଠାରେ ଚାଷୀ ମାନଙ୍କ ସହ ଆଲୋଚନା କରିବା ସହିତ କ୍ଷତିପୂରଣ ପ୍ରଦାନ ସମ୍ପର୍କରେ ପ୍ରତିଶ୍ରୁତି ଦେଇଥିଲେ। ଚାଷୀ ମାନଙ୍କୁ ସରକାର ସର୍ବଦା ସହଯୋଗ ଯୋଗାଇ ଦେବେ ବୋଲି ସେ କହିଥିଲେ । ପରେ ମନ୍ତ୍ରୀ ଏହି ଦୁଇ ଜିଲ୍ଲାର ସ୍ୱତନ୍ତ୍ର ପ୍ରଦକ୍ଷଣ ଗୃହ ସମ୍ମିଳନୀ କକ୍ଷରେ ଅଧିକାରୀ ମାନଙ୍କ ସହ କ୍ଷତିପୂରଣ ପ୍ରଦାନ ନେଇ ଆଲୋଚନା କରିଛନ୍ତି । ତାଙ୍କର ଏହି ଗସ୍ତ ଅବସରରେ ଜିଲ୍ଲାର ବିଧାୟକ, ଅନ୍ୟାନ୍ୟ ଲୋକପ୍ରତିନିଧି ଓ ଜିଲ୍ଲାସ୍ତରୀୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଦେଇଥିଲେ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories