www.samajalive.in
Monday, December 8, 2025
24.1 C
Bhubaneswar

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ ସଡକକୁ ନାମିତ କରିବା ଲାଗି ତେଲଙ୍ଗାନା ସରକାର ନିଷ୍ପତ୍ତି ନେଇଛନ୍ତି। ହାଇଦରବାଦର ଯେଉଁ ରାସ୍ତାରେ ଆମେରିକାର ବାଣିଜ୍ୟିକ ଦୂତାବାସ ଅବସ୍ଥିତ ଅଛି ସେହି ରାସ୍ତାକୁ ଟ୍ରମ୍ପଙ୍କ ନାମରେ ନାମିତ କରାଯାଇ ଡୋନାଲ୍ଡ ଟ୍ରମ୍ପ ଆଭେନ୍ୟୁ ରଖାଯିବ। ସଡକର ଏପରି ନାମ ପରିବର୍ତ୍ତନ ସମ୍ପର୍କରେ ତେଲଙ୍ଗାନା ସରକାର ଆଗାମୀ ଦିନରେ ବୈଦେଶିକ ମନ୍ତ୍ରଣାଳୟ ଓ ଆମେରିକା ଦୂତାବାସକୁ ଚିଠି ଲେଖିବ। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡି ଆମେରିକା-ଭାରତ ଷ୍ଟ୍ରାଟେଜିକ୍ ପାର୍ଟନରସିପ୍ ଫୋରମ୍ (ୟୁଏସ୍ଆଇଏସ୍‌ପିଏଫ୍)କୁ ସମ୍ବୋଧନ କାଳରେ ହାଇଦରାବାଦର ପ୍ରମୁଖ ରାସ୍ତାର ନାମ ଟ୍ରମ୍ପଙ୍କ ନାମରେ ନାମିତ କରିବାକୁ ଘୋଷଣା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଆଧାରରେ ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

Related Articles

Popular Categories