www.samajalive.in
Saturday, December 13, 2025
23.1 C
Bhubaneswar

ଏସବିଆଇ ପକ୍ଷରୁ ମା’ଙ୍କ ନାମରେ ଗୋଟିଏ ବୃକ୍ଷ କାର୍ଯ୍ୟକ୍ରମ

ସମ୍ବଲପୁର: ଭାରତୀୟ ଷ୍ଟେଟ ବ୍ୟାଙ୍କର ସମ୍ବଲପୁର ସ୍ଥିତ ଆଞ୍ଚଳିକ ଶାଖା ତରଫରୁ ମା’ଙ୍କ ନାମରେ ଗୋଟିଏ ବୃକ୍ଷ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଭାରତ ସରକାରଙ୍କ ଦ୍ୱାରା ଚାଲିଥିବା ଅଭିଯାନ ମା’ଙ୍କ ନାମରେ ଗୋଟିଏ ବୃକ୍ଷ କ୍ରମରେ ଏସବିଆଇ ଭୁବନେଶ୍ୱର ମଣ୍ଡଳ ଦ୍ୱାରା ଓଡିଶାର ବିଭିନ୍ନ ଆଦର୍ଶ ବିଦ୍ୟାଳୟ ଗୁଡିକରେ ସମୁଦାୟ ୩୫୪୦ଟି ବିଭିନ୍ନ ପ୍ରଜାତିର ଚାରା ଗଛ ରୋପଣ କରାଯାଇଛି।

ଏହି କ୍ରମରେ ସମ୍ବଲପୁର ଜିଲାର ରେଙ୍ଗାଲି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ଠାରେ ୫୦୦ ଟି ଭିନ୍ନ ଭିନ୍ନ ପ୍ରଜାତିର ବୃକ୍ଷ ରୋପଣ କରାଯାଇଛି। ସମ୍ବଲପୁର ଏସବିଆଇ ର ଉପ ମହାପ୍ରବନ୍ଧକ ସଞ୍ଜୟ କୁମାର ଝା ଓ କ୍ଷେତ୍ରୀୟ ପ୍ରବନ୍ଧକ ମାନସ କୁମାର ପ୍ରଧାନ ରେଙ୍ଗାଲି ସ୍ଥିତ ଆଦର୍ଶ ବିଦ୍ୟାଳୟ ଠାରେ ଚାରା ରୋପଣ କରିଥିଲେ। ଏହି ଅବସରରେ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟତ୍ରୀ ମାନେ ଏହି କାର୍ଯ୍ୟକ୍ରମରେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ। କାର୍ଯ୍ୟକ୍ରମ ଶେଷରେ ଛାତ୍ରଛାତ୍ରୀ ମାନଙ୍କୁ ଶପଥ ପାଠ କରାଯିବା ସହିତ ଏକ କୁଇଜ ପ୍ରତିଯୋଗିତାର ଆୟୋଜନ କରାଯାଇ କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା।

Hot this week

ଚାଲାଣ ଛାଡ଼ ପାଇବାର ଶେଷ ସୁଯୋଗ, ଆଜି ବର୍ଷର ଶେଷ ଲୋକ ଅଦାଲତ

ସମାଜ ଡିଜିଟାଲ ଡେସ୍କ: ୨୦୨୫ ବର୍ଷର ଶେଷ ଲୋକ ଅଦାଲତ ଆଜି...

ଟଙ୍କାର ମୂଲ୍ୟହ୍ରାସ ଓ ଦେଶର ଅର୍ଥନୀତି

ବିଶ୍ବର ଅର୍ଥନୈତିକ ଶକ୍ତିଶାଳୀ ରାଷ୍ଟ୍ର ତାଲିକାରେ ଭାରତ ଚତୁର୍ଥ ସ୍ଥାନରେ ରହିଥିବାବେଳେ...

ସୂର୍ଯ୍ୟ ମନ୍ଦିରରୁ ବାଲିକଢ଼ା

ଐତିହ୍ୟ ଓ ପର୍ଯ୍ୟଟନସ୍ଥଳୀ କୋଣାର୍କର ସୂର୍ଯ୍ୟ ମନ୍ଦିର କଳା, ସଂସ୍କୃତି ଓ...

ଚୀନ୍‌ ଉପରେ ଲଗାମ ଲାଗିବ: ଗ୍ରେଟ୍‌ ନିକୋବର ଦ୍ୱୀପରେ ଦ୍ୱିତୀୟ ବିମାନବନ୍ଦର ନିର୍ମାଣ ଆରମ୍ଭ

ନୂଆଦିଲ୍ଲୀ: ଚୀନ୍‌ର ବଢ଼ୁଥିବା ମହତ୍ତ୍ୱାକାଂକ୍ଷାର ଜବାବରେ, ଭାରତ ମଲାକ୍କା ପ୍ରଣାଳୀରେ ଏକ...

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୬ ଦାମୀ ଗାଡ଼ି ସହ ୪ ଦୋକାନ ଏବଂ ଗୋଟିଏ ଘର

ବାଲିପାଟଣା/ ବାଲିଅନ୍ତା: ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ବଜାରରେ ଭୟାଵହ ଅଗ୍ନିକାଣ୍ଡ ଘଟିଛି।...

Related Articles

Popular Categories