www.samajalive.in
Monday, December 15, 2025
24.1 C
Bhubaneswar

ଗାଧୋଇବା ପାଇଁ ଯାଇ ପୋଖରୀରେ ବୁଡି ଯୁବକ ମୃତ

ପାରଳାଖେମୁଣ୍ଡି- ଗଜପତି ଜିଲ୍ଲା ଗୋଷାଣି ବ୍ଲକ ବାଘଶାଳା ପଞ୍ଚାୟତ ଅନ୍ତର୍ଗତ ମଣ୍ଡଳଦେବୀ ଗ୍ରାମର ଜଣେ ଯୁବକ ଗାଧୋଇବା ପାଇଁ ଯାଇଥିବା ବେଳେ ପୋଖରୀରେ ବୁଡି ମୃତ୍ୟୁ ହୋଇଥିବା ସୂଚନା ମିଳଇଛଇ ।

ବୁଧବାର ସକାଳୁ ଜୟଚନ୍ଦ୍ର ବେହେରା (୨୭) ସ୍ନାନ କରିବା ପାଇଁ ଗ୍ରାମ ନିକଟସ୍ଥ ପୋଖରୀକୁ ଯାଇଥିଲେ । ଦୀର୍ଘ ସମୟ ଧରି ସେ ଘରକୁ ନ ଫେରିବା ଯୋଗୁଁ ତାଙ୍କ ପରିବାର ଲୋକେ ଖୋଜାଖୋଜି କରିଥିଲେ । ଶେଷରେ ପୋଖରୀକୁ ଯାଇ ଦେଖିବା ବେଳକୁ ଜୟଚନ୍ଦ୍ରଙ୍କ ପୋଷାକ, ମୋବାଇଲ, ବାଇକ ଚାବି ଆଦି ତୁଠରେ ଥୁଆ ହୋଇଥିଲା । ଏହା ଦେଖି କାଳେ ପୋଖରୀରେ ବୁଡି ଯାଇଥିବା ଅଶଙ୍କା କରି ପରିବାର ଲୋକେ ପାରଳାଖେମୁଣ୍ଡି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଅଗ୍ନିଶମ ବାହିନୀ ପହଞ୍ଚି ଖୋଜାଖୋଜି କରିବା ପରେ ଅଚେତ ଅବସ୍ଥାରେ ଜୟଚନ୍ଦ୍ରଙ୍କୁ ଉଦ୍ଧାର କରିଥିଲେ । ଏହାପରେ ଦମକଳ ବାହିନୀ ଗାଡିରେ ଜୟଚନ୍ଦ୍ରଙ୍କୁ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଚିକିତ୍ସା ନିମନ୍ତେ ନେଇଥିଲେ ।

- Advertisement -

ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ । ଏନେଇ ଅଭିଯୋଗ ପାଇବା ପରେ ଗୁରାଣ୍ଡି ପୋଲିସ୍ ପହଞ୍ଚି ଏକ ଅପମୃତ୍ୟୁ ମାମଲା ରୁଜୁ କରି ପୋଲିସ୍ ତଦନ୍ତ ଆରମ୍ଭ କରିବା ସହ ମୃତ ଦେହକୁ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସା କେନ୍ଦ୍ରରେ ଶବ ବ୍ୟବଚ୍ଛେଦ କରାଇ ପରିବାର ବର୍ଗଙ୍କୁ ମୃତ ଦେହ ହସ୍ତାନ୍ତର କରିଛି । ଏ ଘଟଣାର ତଦନ୍ତ ଏଏସ୍ଆଇ ରାମକୃଷ୍ଣ ପାଣିଗ୍ରାହୀ କରୁଥିବାର ଥାନା ଅଧିକାରୀ ଓମ୍ ନାରାୟଣ ପାତ୍ର ସୂଚନା ଦେଇଛନ୍ତି । ଗ୍ରାମବାସୀଙ୍କ ସୂତ୍ରରୁ ପ୍ରକାଶ ଯେ, ମୃତ ଜୟଚନ୍ଦ୍ରଙ୍କ ପରିବାର ଅତି ଗରୀବ ଏବଂ ସେ ବିବାହିତ । ତାଙ୍କର ଏକ ବର୍ଷର ଶିଶୁକନ୍ୟା ଏବଂ ଧର୍ମପତ୍ନୀ ରହିଛନ୍ତି ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories