www.samajalive.in
Sunday, December 7, 2025
26.1 C
Bhubaneswar

ସ୍କୁଲରେ ନାମଲେଖା ପାଇଁ ବାଧ୍ୟତାମୂଳକ ନୁହେଁ ଆଧାରକାର୍ଡ଼

ଭୁବନେଶ୍ବର: ଏଣିକି ଆଧାର ପରିଚୟପତ୍ର ବିନା ସ୍କୁଲରେ ନାମ ଲେଖାଇ ପାରିବେ ଛାତ୍ରଛାତ୍ରୀ। ସ୍କୁଲରେ ନାମ ଲେଖାଇବା ପାଇଁ ଆଧାରକାର୍ଡ଼ ବାଧ୍ୟତାମୂଳକ ନୁହେଁ। ଏନେଇ ମଙ୍ଗଳବାର ସମସ୍ତ ଜିଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଛନ୍ତି ଗଣଶିକ୍ଷା ସଚିବ ଅଶ୍ୱଥି ଏସ୍‌.। ଆଧାର ଥାଉ ବା ନଥାଉ ଛାତ୍ରଛାତ୍ରୀ ବିଦ୍ୟାଳୟରେ ନାମ ଲେଖାଇ ପାରିବେ। ନାମଲେଖା ପରେ ଛାତ୍ରଛାତ୍ରୀ ଆଧାର ପ୍ରସ୍ତୁତ କରି ଜମା କରିପାରିବେ ବୋଲି ଚିଠିରେ ଉଲ୍ଲେଖ ରହିଛି।

- Advertisement -

ସୂଚନାଯୋଗ୍ୟ, ନାମଲେଖା ସମୟରେ କିଛି ସ୍କୁଲରେ ପ୍ରଧାନଶିକ୍ଷକ ଆଧାର ପରିଚୟପତ୍ର ଦାବି କରିବା ଦୃଷ୍ଟିକୁ ଆସିବା ପରେ ଏହି ନିର୍ଦ୍ଦେଶ ଦିଆଯାଇଛି। ଏନେଇ ସବୁ ପ୍ରଧାନଶିକ୍ଷକଙ୍କୁ ଅବଗତି ପାଇଁ ଡିଇଓମାନଙ୍କୁ ଗଣଶିକ୍ଷା ସଚିବ ନିର୍ଦ୍ଦେଶ ଦେଇଛନ୍ତି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories