www.samajalive.in
Friday, December 5, 2025
20.1 C
Bhubaneswar

ଆଦି କର୍ମଯୋଗୀ ଅଭିଯାନରେ ଶ୍ରେଷ୍ଠ ପ୍ରଦର୍ଶନକାରୀ ରାଜ୍ୟ ଓଡ଼ିଶା

ନୂଆଦିଲ୍ଲୀ,୧୭ା୧୦(ନି.ପ୍ର): ଧରତୀ ଆବା ଜନଜାତୀୟ ଗ୍ରାମ ଉତ୍କର୍ଷ ଯୋଜନା ଅଧୀନରେ ଓଡ଼ିଶା ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିଛି। ଭାରତ ସରକାରଙ୍କ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ସମ୍ମାନ ପ୍ରଦାନ କରିଛନ୍ତି। ଧରତୀ ଆବା ଜନଜାତୀୟ ଗ୍ରାମ ଉତ୍କର୍ଷ ଯୋଜନା ଅଧୀନରେ ଦେଶରେ ଚାଲିଥିବା ଆଦି କର୍ମଯୋଗୀ ଅଭିଯାନ ଓ ଜନଭାଗିଦାରୀ ଯୋଜନାରେ ଓଡ଼ିଶାର ପ୍ରୟାସକୁ ସର୍ବଭାରତୀୟସ୍ତରରେ ସମ୍ମାନିତ କରାଯାଇଛି। ଏହି ସମ୍ମାନକୁ ଗ୍ରହଣ କରିଛନ୍ତି ଓଡ଼ିଶା ସରକାରଙ୍କ ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ ବିଭାଗର ସଚିବ ବି. ପରମେଶ୍ବରନ୍।
ଆଦି କର୍ମଯୋଗୀ ଅଭିଯାନ କ୍ଷେତ୍ରରେ ଶ୍ରେଷ୍ଠ ପ୍ରଦର୍ଶନକାରୀ ରାଜ୍ୟ ଭାବରେ ଓଡ଼ିଶା ସମ୍ମାନିତ ହୋଇଥିବାବେଳେ ମୟୂରଭଞ୍ଜ ଜିଲା ଶ୍ରେଷ୍ଠ ଜିଲା ଭାବେ ବିବେଚିତ ହୋଇଛି। ସେହିପରି ଧରତୀ ଆବା ଜନଭାଗିଦାରୀ ଅଭିଯାନ ଅଧୀନରେ ଶ୍ରେଷ୍ଠ ପ୍ରଦର୍ଶନକାରୀ ଜିଲା ଭାବରେ କେନ୍ଦୁଝର ଜିଲାକୁ ସ୍ବୀକୃତି ପ୍ରମାଣପତ୍ର ପ୍ରଦାନ କରାଯାଇଛି। ସେହିପରି ଶ୍ରେଷ୍ଠ ରାଜ୍ୟ ମାଷ୍ଟର ଟ୍ରେନର୍ ଭାବେ କୋରାପୁଟର ଅତିରିକ୍ତ ଜିଲା ମଙ୍ଗଳ ଅଧିକାରୀ ରାକେଶ ରଞ୍ଜନ ବିଶ୍ବାଳ ଓ ଶ୍ରେଷ୍ଠ ଆଦି ସାଥି ଭାବେ କଳାହାଣ୍ଡି ଜିଲାର ସଞ୍ଜୀବ ମାଝୀ ସମ୍ମାନିତ ହୋଇଛନ୍ତି। ସୂଚନାଯୋଗ୍ୟ ଯେ, ଅନ୍ତର୍ଭୁକ୍ତିକରଣ ଶାସନର ଦୃଷ୍ଟିକୋଣ ସହିତ ସଂଯୁକ୍ତ ହୋଇ ଆଦିବାସୀ ଅଞ୍ଚଳରେ ସକ୍ରିୟ ସମାବେଶୀ ଅଂଶଗ୍ରହଣ ଏବଂ ବିକାଶର ସ୍ଥାୟୀ ମଡେଲଗୁଡ଼ିକୁ ପ୍ରୋତ୍ସାହିତ କରିବାରେ ରାଜ୍ୟ ଉଲ୍ଲେଖନୀୟ ପ୍ରଗତି ଦେଖାଇଛି। ସ୍ୱାଧୀନତା ସଂଗ୍ରାମୀ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ ପାଇଁ ଭାରତ ସରକାରଙ୍କ ପ୍ରୟାସର ଏକ ଅଂଶ ଭାବରେ ଆରମ୍ଭ ହୋଇଥିବା ଧରତୀ ଆବା ଜନଭାଗୀଦାରୀ ଅଭିଯାନ ଶାସନରେ ଜନଜାତି ସମ୍ପ୍ରଦାୟର ଲୋକଙ୍କ ଅଂଶଗ୍ରହଣକୁ ବୃଦ୍ଧି କରିବା ଏବଂ ଆଦିବାସୀ ଅନୁଷ୍ଠାନଗୁଡ଼ିକୁ ସୁଦୃଢ଼ କରିବା ପାଇଁ କାର୍ଯ୍ୟ କରୁଛି। ସେହିପରି ଆଦି କର୍ମଯୋଗୀ ଅଭିଯାନ ମାଧ୍ୟମରେ ନିକଟରେ ବିଶେଷ ଗ୍ରାମସଭାର ଆୟୋଜନ କରାଯାଇଥିଲା, ଯେଉଁଥିରେ ରାଜ୍ୟର ୫,୫୦୦ରୁ ଅଧିକ ଗ୍ରାମ କାର୍ଯ୍ୟଯୋଜନାକୁ ଅନୁମୋଦନ ପ୍ରଦାନ କରାଯାଇଥିଲା।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories