ଗୁଳି ଫୁଟାଇ ଦିବାଲୋକରେ ଦମ୍ପତିଙ୍କ ଠାରୁ ଲୁଟ୍
ଆନନ୍ଦପୁର : ଥମୁନି ଲୁଟେରାଙ୍କ ଉତ୍ପାତ। ଶୁକ୍ରବାର ସ୍ପଷ୍ଟ ଦିବାଲୋକରେ ଦମ୍ପତିଙ୍କ ଠାରୁ ଦୁର୍ବୃତ୍ତ ଲୁଟି ନେଲେ ସୁନା ଅଳଙ୍କାର। ୨୦ ନମ୍ବର ଜାତୀୟ ରାଜପଥ ବୀରଗୋବିନ୍ଦପୁର ନିକଟରେ ବନ୍ଧୁକ ଦେଖାଇ ଲୁଟ୍ କରିଛନ୍ତି। ୩ ରାଉଣ୍ଡ ଫାଙ୍କା ଗୁଳି ଚାଳନା କରି ଦମ୍ପତିଙ୍କ ଠାରୁ ଦୁର୍ବୃତ୍ତ ସୁନା ଅଳଙ୍କାର ଲୁଟି ନେଇଛନ୍ତି। ୨ଟି ପଲସରରେ ଆସି ୪ ଜଣ ଦୁର୍ବୃତ୍ତ ଲୁଟ୍ କରିଥିବା ଅଭିଯୋଗ ହୋଇଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
Copy and paste this URL into your WordPress site to embed
Copy and paste this code into your site to embed