www.samajalive.in
Saturday, December 6, 2025
16.1 C
Bhubaneswar

ଆନ୍ଧ୍ରପ୍ରଦେଶ ଚିତ୍ତୁରରେ ମର୍ମନ୍ତୁଦ ଦୁର୍ଘଟଣା ; ୪ ଓଡିଆ ମୃତ

ଅମରାବତୀ : ଆନ୍ଧ୍ରପ୍ରଦେଶ ଚିତ୍ତୁର ଜିଲା ତାଭନମପାଲେ ମଣ୍ଡଳରେ ଶୁକ୍ରବାର ଭୋର ସମୟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ପୁଥଲପାଟୁ- ନାଇଡୁପେଟା ଜାତୀୟ ରାଜପଥରେ ଲରି ଓ ଏକ ଆମ୍ବୁଲାନ୍ସ ମଧ୍ୟରେ ଧକ୍କା ହୋଇଛି। ଲରି ସହ ଆମ୍ବୁଲାନ୍ସ ଧକ୍କା ହେବାରୁ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୩ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୃତକ ୪ ଜଣ ଓଡିଶାର ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି।
ଘଟଣା ସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏମାନଙ୍କ ମଧ୍ୟରେ ୩ ଜଣ ପୁରୁଷ ଓ ଜଣେ ମହିଳା ରହିଛନ୍ତି। ଆମ୍ବୁଲାନ୍ସରେ ରୋଗୀ ଧରି ବେଙ୍ଗାଲୁରୁ ଭିକ୍ଟୋରିଆ ହସ୍ପିଟାଲ ଯିବା ବେଳେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ସରକାର ସ୍ଥିର କଲେ ବିମାନ ଭଡ଼ା, ଭିନ୍ନ ଭିନ୍ନ ଦୂରତ୍ବ ପାଇଁ କମ୍ପାନୀ ନେବେ ଏତିକି ଟଙ୍କା

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

Related Articles

Popular Categories