www.samajalive.in
Saturday, December 6, 2025
23.1 C
Bhubaneswar

ଦିଲ୍ଲୀ ବିଧାନସଭା ନିର୍ବାଚନ: ଭୋଟ ଗଣତି ଜାରି, ୫୦ରୁ ଅଧିକ ଆସନରେ ଆପ୍‌ ଆଗୁଆ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନର ଭୋଟ ଗଣତି ମଙ୍ଗଳବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ୭୦ ଆସନ ପାଇଁ ହୋଇଥିବା ମତଦାନରେ ୬୭୨ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ ହେବାକୁ ଥିବାବେଳେ ପ୍ରାରମ୍ଭିକ ଗଣତିରେ ଶାସକ ଆମ୍‌ ଆଦ୍‌ମୀ ପାର୍ଟି(ଆପ୍‌) ବହୁ ଆଗରେ ରହିଛି। ଦଳ ୫୦ରୁ ଅଧିକ ଆସନରେ ଆଗୁଆ ଥିବା ସୂଚନା ମିଳିଛି। ୨୧ଟି କେନ୍ଦ୍ରରେ ଭୋଟ ଗଣତି ଚାଲୁ ରହିଛି। ବିଜେପି ୧୪ ଆସନରେ ଆଗୁଆ ଥିବାବେଳେ କଂଗ୍ରେସ ମାତ୍ର ୧ଟି ଆସନରେ ଆଗୁଆ ରହିଛି।

ସୂଚନା ଅନୁସାରେ, ନୂଆଦିଲ୍ଲୀ ଆସନରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ୍ର କେଜ୍ରିୱାଲ ଆଗୁଆ ଥିବାବେଳେ ପତପରଗଞ୍ଜ ଆସନରେ ଉପମୁଖ୍ୟମନ୍ତ୍ରୀ ମନୀଷ ସିଶୋଦିଆ ଆଗରେ ରହିଛନ୍ତି। ସେହିପରି ସାକୁର ବସ୍ତି ଆସନରେ ଆପ୍‌ର ସତ୍ୟେନ୍ଦ୍ର ଜୈନ, କଲକାଜି ଆସନରୁ ଆପ୍‌ର ଅତିଶି, ରୋହିନି ଆସନରେ ବିଜେପିର ବିଜେନ୍ଦର କୁମାର, ବଲିମାରନ ଆସନରେ କଂଗ୍ରେସର ହାରୁନ ୟୁସୁଫ ଆଗୁଆ ଅଛନ୍ତି।

Hot this week

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

Related Articles

Popular Categories