www.samajalive.in
Sunday, December 7, 2025
26.1 C
Bhubaneswar

୫ଘଣ୍ଟା ଜେରା ପରେ ଗିରଫ ହେଲେ ଆପ୍‌‌ ନେତା

ସମାଜ ଡିଜିଟାଲ ଡେସ୍କ: ପାଞ୍ଚ ଘଣ୍ଟାର ଜେରା ପରେ ଆପ୍‌‌ ନେତା ଓଖଲା ବିଧାୟକ ଅମାନତୁଲ୍ଲା ଖାନଙ୍କୁ ଗିରଫ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଆଜି ସକାଳୁ ସକାଳୁ ଚଢାଉ ପରେ ମଧ୍ୟାହ୍ନରେ ବନ୍ଧ ହୋଇଛନ୍ତି ଓଖଲା। ଦିଲ୍ଲୀ ୱାକଫ ବୋର୍ଡର ଅଧ୍ୟକ୍ଷ ଥିବାବେଳେ ଅମାନତୁଲ୍ଲା ସରକାରୀ ଗାଇଡଲାଇନକୁ ଅଣଦେଖା କରି ଚାକିରି ଦେଇଥିବା ଅଭିଯୋଗ ହେବା ପରେ ଇଡି ଟିମ୍‌‌ ତାଙ୍କ ବାସଭବନରେ ଚଢାଉ କରିଥିଲା। ଆଜି ସକାଳୁ ଓଖଲାଙ୍କ ଘର ବାହାରେ ଇଡି ଟିମ୍‌‌ ଠିଆ ହୋଇଥିବା ବେଳେ ସେ କବାଟ ଖୋଲି ନଥିଲେ। ଏହାପରେ ଇଡି ଟିମ୍‌‌ ସହ ତାଙ୍କର ଯୁକ୍ତିତର୍କ ହୋଇଥିଲା। ଏହାପରେ ଇଡି ଚଢାଉ ସମ୍ପର୍କରେ ଅମାନତୁଲ୍ଲା ସୋସିଆଲ ମିଡ଼ିଆ ପ୍ଲାଟଫର୍ମରେ ସୂଚନା ଦେଇଥିଲେ। ତାଙ୍କ ବିରୋଧରେ ଆସିଥିବା ଅଭିଯୋଗକୁ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି କହିଛନ୍ତି। ବର୍ତ୍ତମାନ ଆମ୍‌‌ ଆଦମୀ ପାର୍ଟିରେ ବିଧାୟକ ସହ ଦିଲ୍ଲୀ ୱାକଫ ବୋର୍ଡର ଅଧ୍ୟକ୍ଷ ମଧ୍ୟ ରହିଛନ୍ତି ଅମାନତୁଲ୍ଲା।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories