www.samajalive.in
Saturday, December 6, 2025
15.1 C
Bhubaneswar

ଗୋପବନ୍ଧୁ ବିଜ୍ଞାନ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ

ଆଠଗଡ଼ : ଆଠଗଡସ୍ଥିତ ଗୋପବନ୍ଧୁ ବିଜ୍ଞାନ ମହାବିଦ୍ୟାଳୟ ଏବଂ ଗୋପବନ୍ଧୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ମିଳିତ ବାର୍ଷିକ ଉତ୍ସବ ଏବଂ ନୂଆ-ଓ କାର୍ଯ୍ୟକ୍ରମର ଉଦଯାପନୀ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଆଠଗଡ଼ ଵିଧାୟକ ତଥା କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ମୁଖ୍ୟଅତିଥି, ବିଶିଷ୍ଟ ସାହିତ୍ୟିକ ଡ଼ଃ ନାରାୟଣ ପଣ୍ଡା ମୁଖ୍ୟବକ୍ତା ଏବଂ ସମ୍ମାନିତ ଅତିଥି ରୂପେ ଏନଏସି ଅଧ୍ୟକ୍ଷା ସସ୍ମିତା ରାଉତ ଯୋଗଦେଇ ନିଜର ବକ୍ତବ୍ୟ ରଖିଥିଲେ। ମନ୍ତ୍ରୀ ଶ୍ରୀ ସ୍ଵାଇଁ ନିଜ ବକ୍ତବ୍ୟରେ ନୂଆ ଓଡିଶା ଓ ଯୁବ ବିକାଶ କାର୍ଯ୍ୟକ୍ରମର ଉଦେଶ୍ୟ ସମ୍ପର୍କର କହିବାକୁ ଯାଇ ରାଜ୍ୟକୁ ବିକଶିତ କରିବାରେ ଯୁବପିଢିଙ୍କ ସହଭାଗିତାକୁ ପ୍ରୋତ୍ସାହିତ କରିବା ଏହାର ଲକ୍ଷ ବୋଲି ମତପ୍ରକାଶ କରିଥିଲେ।
ଅଧ୍ୟକ୍ଷ ଡ଼ଃ ଲୋକନାଥ ସାହୁ ଏହି କାର୍ଯ୍ୟକ୍ରମରେ ପୌରହିତ୍ୟ କରିଥିବାବେଳେ ନୋଡାଲ ଅଧିକାରୀ ପ୍ରାଧ୍ୟାପକ ଦେବେଶ ନନ୍ଦନ ରଥ ଅତିଥି ପରିଚୟ ପ୍ରଦାନ କରିଥିଲେ । ଅଧ୍ୟାପକ ଡଃ ଚିତ୍ତରଞ୍ଜନ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅଵସରରେ କ୍ରୀଡା, ସମାଜସେବା, ସାହିତ୍ୟ, ସାଂସ୍କୃତିକ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା।ପରେ ଚଳଚ୍ଚିତ୍ର ତାରକା ତଥା ନୃତ୍ୟ ନିର୍ଦ୍ଦେଶକ ଲୁଵୁନ ଟୁବୁନ ଏବଂ କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀଙ୍କ ଦ୍ଵାରା ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା, କର୍ମଚାରୀ ଏବଂ ଛାତ୍ରଛାତ୍ରୀ ମାନେ ସହଯୋଗ କରିଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories