www.samajalive.in
Saturday, December 6, 2025
16.1 C
Bhubaneswar

ଆନ୍ତର୍ଜାତିକ ଶିଶୁ ଶ୍ରମିକ ଦିବସରେ ସଚେତନତା

ଆଠଗଡ: ଆଠଗଡ ବ୍ଲକ ଅନ୍ତର୍ଗତ ରଘୁନାଥପୁର ବିଦ୍ୟାଳୟରେ ଆନ୍ତର୍ଜାତିକ ଶିଶୁ ଶ୍ରମିକ ଦିବସ ଅବସରରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଆଠଗଡ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ ରାଜକୁମାର ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିଶୁମାନେ ଦେଶର ଭବିଷ୍ୟତ ଏବଂ ଶିଶୁମାନଙ୍କୁ ଶ୍ରମିକ ଭାବେ ନିୟୋଜିତ କରିବା ଅନୁଚିତ ବୋଲି ମତବ୍ୟକ୍ତ କରିଥିଲେ। ଏହା ଆଇନତଃ ଦଣ୍ଡନୀୟ ଅପରାଧ ହୋଇଥିବାରୁ ଏଥିପ୍ରତି ସଚେତନ ହେବା ଜରୁରୀ ବୋଲି ସେ ମତବ୍ୟକ୍ତ କରିଥିଲେ। ଏଡିଜେ ଶ୍ରୀ ଦାସ କୁନି କୁନି ଛାତ୍ରଛାତ୍ରୀ ମାନଙ୍କୁ ଜଣେ ଜଣେ ଚରିତ୍ରବାନ୍‌ ମଣିଷ ଭାବେ ଗଢିବା ସହିତ ହୋଇ ଦେଶ ସେବାରେ ନିଜକୁ ବ୍ରତୀ ହେବା ପାଇଁ ପ୍ରେରଣା ଦେବା ଉପରେ ଗୁରୁତ୍ଵାରୋପ କରିଥିଲେ।

ଉକ୍ତ କାର୍ଯ୍ୟକ୍ରମ ସମ୍ମାନୀତ ଅତିଥି ଭାବରେ ଆଠଗଡ ଓକିଲ ସଂଘ ସଭାପତି ଜଗଦାନନ୍ଦ ତ୍ରିପାଠୀ, ସମ୍ପାଦକ ବନବିହାରୀ ସାହୁ, ଆଇନଜୀବୀ ପ୍ରସନ୍ନ କୁମାର ରାଉତ, ଅରୁଣ କୁମାର ମହାନ୍ତି, ଜ୍ଞାନରଞ୍ଜନ ମହାପାତ୍ର, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ରଞ୍ଜିତ ମହାନ୍ତି, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଶଶଧର ମହାରଣା ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କୁ ଉକ୍ତ ଦିବସର ମହତ୍ତ୍ଵ ବିଷୟରେ ଅବଗତ କରାଇଥିଲେ। ଛାତ୍ରଛାତ୍ରୀଙ୍କ ମଧ୍ୟରେ କୁଇଜ୍ ପ୍ରତିଯୋଗିତା କରାଯାଇ କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ବିତରଣ କରଯାଇଥିଲା। ପରିଶେଷରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଧନ୍ୟବାଦ ଅର୍ପଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମ ପରିଚାଳନାରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ।

ଦେଖନ୍ତୁ ; ଅହମ୍ମଦାବାଦ ବିମାନ ଦୁର୍ଘଟଣା, ସାମ୍ନାକୁ ଆସିଲା ଛାତିଥରା ଦୃଶ୍ୟ

- Advertisement -

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories