www.samajalive.in
Monday, December 8, 2025
24.1 C
Bhubaneswar

ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ନିମାଇଁ ଚରଣ ରାଉତଙ୍କ ଇସ୍ତଫା

ଆଠଗଡ: ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ପ୍ରଦାନ କରିଛନ୍ତି ବରିଷ୍ଠ ବିଜେଡି ନେତା ନିମାଇଁ ଚରଣ ରାଉତ। ନିମାଇଁ ଗୁରୁବାର ନିଜର ଇସ୍ତଫା ପତ୍ର ବିଜୁ ଜନତା ଦଳର ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ୨୦୧୭ ମସିହାରେ ଭାରତୀୟ ଜନତା ପାର୍ଟିର ଜିଲ୍ଲା ପରିଷଦ ପ୍ରାର୍ଥୀ ରୂପେ ଆଠଗଡର ୧ନଂ ଜୋନରେ ପ୍ରତିଦ୍ବନ୍ଦିତା କରିବା ସହ ଦଳୀୟ ସଂଗଠନରେ ବେଶ ସକ୍ରିୟ ଥିଲେ। ମାତ୍ର ୨୦୧୯ ମସିହାରେ ଶ୍ରୀ ରାଉତ ବିଜେପିରୁ ଇସ୍ତଫା ଦେଇ ବିଜେଡିରେ ଯୋଗଦାନ କରିଥିଲେ। ସମସରପୁର ପଞ୍ଚାୟତ ସମେତ ୧ନଂ ଜୋନ ଅଞ୍ଚଳର ବିକାଶ ପାଇଁ ଯେଉଁ ଲକ୍ଷ୍ୟ ରଖି ସେ ବିଜେଡ଼ିରେ ଯୋଗ ଦେଇଥିଲେ ତାହା ପୂରଣ କରିବାରେ ଅସମର୍ଥ ହୋଇଥିବାରୁ ନିଜ ସମର୍ଥକ ଓ ଶୁଭେଚ୍ଛୁଙ୍କ ପରାମର୍ଶକ୍ରମେ ଶ୍ରୀ ରାଉତ ବିଜେଡିରୁ ଇସ୍ତଫା ପ୍ରଦାନ କରିଛନ୍ତି ବୋଲି ଏକ ପ୍ରେସ ବିବୃତି ମାଧ୍ୟମରେ ପ୍ରକାଶ କରିଛନ୍ତି।

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories