ଟିଏମସି ପତାକା ଧରିଲେ ପ୍ରଣବ ମୁଖାର୍ଜୀଙ୍କ ପୁଅ ଅଭିଜିତ ମୁଖାର୍ଜୀ

କଲକତା: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପୁଅ ତଥା ପୂର୍ବତନ କଂଗ୍ରେସ ସାଂସଦ ଅଭିଜିତ ମୁଖାର୍ଜୀ ସୋମବାର ଟିଏମସିରେ ଯୋଗ ଦେଇଛନ୍ତି। କଲକତା ସ୍ଥିତ ପାର୍ଟି ମୁଖ୍ୟାଳୟରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବିଧିବଦ୍ଧ ଭାବେ ସେ ଟିଏମସିରେ ସାମିଲ ହୋଇଛନ୍ତି। ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ସୁଦୀପ ବନ୍ଦୋପାଧ୍ୟୟ ଓ ଅନ୍ୟ ବରିଷ୍ଠ ନେତା ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

କଂଗ୍ରେସ ଟିକେଟରୁ ଅଭିଜିତ ଜାଙ୍ଗିପୁରରୁ ଲୋକସଭା ଯାଇଥିବା ବେଳେ ନଲହାଟିରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏବେ ସେ ଟିଏମସିରେ ମିଶିଥିବାରୁ ଦଳ ତାଙ୍କୁ ଜାଙ୍ଗିପୁର ବିଧାନସଭା ଆସନରୁ ପ୍ରାର୍ଥୀ କରିବାର ଯଥେଷ୍ଟ ସମ୍ଭାବନା ରହିଛି।

Comments are closed.