www.samajalive.in
Thursday, December 11, 2025
26.1 C
Bhubaneswar

ଏବିଭିପି ପକ୍ଷରୁ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ଦାବିପତ୍ର

ଫୁଲବାଣୀ: ରାଜ୍ୟ ସରକାର ଯୁକ୍ତ ୩ ଶେଷ ବର୍ଷର ପରୀକ୍ଷା କରାଇବାକୁ ନିଷ୍ପତି କରିଥିବା ବେଳେ ଫୁଲବାଣୀ ସରକାରୀ ମହାବିଦ୍ୟାଳୟ କର୍ତ୍ତୃପକ୍ଷ କେବଳ ୫୦ କିମି ଦୂରରୁ ଆସୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ହିଁ ହଷ୍ଟେଲ ବ୍ୟବସ୍ଥା ଯୋଗାଇ ଦିଆଯିବ ବୋଲି ବିଜ୍ଞପ୍ତି ପ୍ରକାଶ କରିଥିବାରୁ ଏହାକୁ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ବିରୋଧ କରିଛି। ମହାମାରୀ କରୋନା ଯୋଗୁଁ ବସ ଚଳାଚଳ ସ୍ୱାଭାବିକ ହୋଇ ନାହିଁ। ପରୀକ୍ଷାର୍ଥୀ ପରୀକ୍ଷା ଦେବାକୁ ଯାତାୟରେ ଅସୁବିଧା ହେବ। ତେଣୁ ୫୦ କିମି ପରିବର୍ତେ ୧୦ କିମି ଦୂରରୁ ଆସୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ହଷ୍ଟେଲ ସୁବିଧା ଯୋଗାଇ ଦେବାକୁ ପରିଷଦ ଦାବି କରିଛି। ଏଥି ସହ ମହାମାରୀ କରୋନା ନିୟନ୍ତ୍ରଣ ପାଇଁ ପ୍ରଶାସନ କରିଥିବା ଲକଡାଉନ ଯୋଗୁଁ କନ୍ଧମାଳର ଲୋକଙ୍କ ଆର୍ଥିକ ଅବସ୍ଥା ଖରାପ ହୋଇପଡିଛି। ତେଣୁ ପରୀକ୍ଷାର୍ଥୀଙ୍କୁ ପରୀକ୍ଷାର ୭ ଦିନ ପୂର୍ବରୁ ହଷ୍ଟେଲରେ ମାଗଣା ରହିବା ଓ ଖାଇବା ବ୍ୟବସ୍ଥା କରିବାକୁ ମଧ୍ୟ ପରିଷଦ ଦାବି କରିଛି। ଏନେଇ ଏକ ଦାବିପତ୍ର ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଆଜି ପ୍ରଦାନ କରିଛି ବିଶ୍ୱହିନ୍ଦୁ ପରିଷଦର କର୍ମକର୍ତ୍ତା ମାନେ। ଜିଲା ପ୍ରମୁଖ ଦେବାଶିଷ୍‍ ପଣ୍ଡାଙ୍କ ନେତୃତ୍ୱରେ ନଗର ସଂପାଦକ ଦିବ୍ୟରଂଜନ ଡ଼ାକୁଆ, ଆଶୁତୋଷ ନାୟକ, ରାଜା ସାହୁ, ରଜତ ମହାପାତ୍ର ପ୍ରମୁଖ ଏହି ଦାବିପତ୍ର ଅତିରିକ୍ତ ଉପଜିଲାପାଳ ବସନ୍ତ କୁମାର ସାହୁଙ୍କୁ ପ୍ରଦାନ କରିଥିଲେ।

Hot this week

ଭାରତ ଉପରେ ୫୦% ଆମଦାନୀ ଶୁଳ୍କ ଲାଗୁ କଲା ମେକ୍ସିକୋ

ସମାଜଲାଇଭ ଡେସ୍କ: ଆମେରିକା ପରେ ଭାରତ ଉପରେ ୫୦% ପର୍ଯ୍ୟନ୍ତ ଶୁଳ୍କ...

ଅପରାହ୍ନ ୪ଟା ମୁଖ୍ୟ ଖବର

() ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ..ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦେଶ... ()...

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

Related Articles

Popular Categories