ଗଣଶିକ୍ଷାମନ୍ତ୍ରୀଙ୍କ ବାସଭବନ ଘେରିଲା ଏବିଭିପି

0

ଭୁବନେଶ୍ୱର : ମାଟିକ୍ର ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟକୁ ନେଇ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି) ପକ୍ଷରୁ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀଙ୍କ ବାସଭବନ ଘେରାଓ କରାଯାଇଛି। ଏବିଭିପିର ୫୦ରୁ ଅଧିକ କର୍ମୀ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ବଦ୍ରୀ ନାରାୟଣ ପାତ୍ରଙ୍କ ସରକାରୀ ବାସଭବନକୁ ଧସେଇ ପସିବାକୁ ଚେଷ୍ଟା କରୁଥିବା ବେଳେ ପୁଲିସ ସହିତ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଥିଲା । ପୁଲିିସ ସେମାନଙ୍କୁ ଅଟକ ରଖିଛି।

ସୂଚନା ଯୋଗ୍ୟ ଶୁକ୍ରବା​ର ରାଜ୍ୟରେ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଛି। ତେବେ ପ୍ରଥମ ଦିନ ମାତୃଭାଷା ଓଡ଼ିଆ ପରୀକ୍ଷା ହୋଇଥିବା ବେଳେ ସାମାଜିକ ଗଣମାଧ୍ୟମରେ ପ୍ରଶ୍ନପତ୍ର ଭାଇରାଲ ହୋଇଛି । ବୋର୍ଡ କର୍ତ୍ତୃପକ୍ଷ ଏହାକୁ ସ୍ବୀକାର କରିଛନ୍ତି। ଅନ୍ୟପକ୍ଷରେ ଘଟଣାର ତଦନ୍ତ ଚାଲିଛି ବୋଲି ବୋର୍ଡ ସଭାପତି କହିଛନ୍ତି।

Leave A Reply