www.samajalive.in
Wednesday, December 10, 2025
14.1 C
Bhubaneswar

ଅଜଣା ଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ; କ୍ଷତିପୂରଣ ଦାବିରେ ରାସ୍ତାରୋକ

ଲାଞ୍ଜିଗଡ଼ : କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକର ସିକେରକୁପାରୁ ପୋଖରୀବନ୍ଧକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥର ଢେପଗୁଡା ଘାଟିର ଲୋକନାଥପୁର ଛକ ନିକଟରେ ଏକ ସଡକ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡି ଧକ୍କାରେ ଲାଞ୍ଜିଗଡ ରୋଡ ଗ୍ରାମପଞ୍ଚାୟତ କାଉଗୁଡାର ଗଜିନ୍ଦ୍ର ହରିଜନ(୩୫) ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସୂଚନାନୁଯାୟୀ, ଗଜିନ୍ଦ୍ର ନିଜ ଗାଁରୁ ବାହାରି ଏକ ବାଇକରେ ନିଜ ଶ୍ୱଶୁର ଘର ଜଗନ୍ନାଥପୁର ଯାଉଥିଲେ। ଏହି ସମୟରେ ତାଙ୍କୁ ଲୋକନାଥପୁର ଛକ ନିକଟରେ କୌଣସି ଏକ ଅଜଣା ଗାଡି ଧକ୍କା ଦେବା ସହ କିଛି ଦୂର ଘୋଷାଡି ନେଇଥିଲା। ଏଥିରେ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଗଜିନ୍ଦ୍ର ଜଣେ ଟାଇଲ୍ସ ମିସ୍ତ୍ରୀ ଭାବେ ଅଞ୍ଚଳରେ ଲୋକପ୍ରିୟ ଥିବାବେଳେ ତାଙ୍କ ମୃତ୍ୟୁ ଖବର ଶୁଣି ଆଖପାଖର ଲୋକେ ରୁଣ୍ଡ ହେବା ସହ ତାଙ୍କ ପରିବାରକୁ କ୍ଷତିପୂରଣ ଓ ଦୁର୍ଘଟଣା ଘଟାଇଥିବା ଗାଡିକୁ ଜବତ କରିବାକୁ ଅଡି ବସିବା ସହ ୬ ନମ୍ବର ରାଜ୍ୟ ରାଜପଥ ଅବରୋଧ କରିଥିଲେ। ଫଳରେ ଦୀର୍ଘ ସମୟ ଯାଏଁ ରାସ୍ତାର ଉଭୟ ରାତି ୮ଟାରେ ରାସ୍ତା ଅବରୋଧ ହଟିଥିଲା। ଏନେଇ ବିଶ୍ୱନାଥପୁର ଥାନାରେ ଏକ ମାମଲା ରୁଜୁ ହୋଇଥିବା ଜଣାପଡ଼ିଛି। ଆସନ୍ତାକାଲି ଶବ ବ୍ୟବଚ୍ଛେଦ ପରେ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯିବ ବୋଲି ପୁଲିସ ସୂତ୍ରରୁ ଜଣାପଡ଼ିଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories