www.samajalive.in
Sunday, December 14, 2025
19.1 C
Bhubaneswar

ଟ୍ରାକ୍ଟର-ଟ୍ରକ୍ ଧକ୍କା, ୨ଗୁରୁତର

ଚୌଦ୍ୱାର : ୫୫ ନମ୍ବର ଜାତୀୟ ରାଜପଥର ଚୌଦ୍ୱାର ନିକଟବର୍ତ୍ତି ଦେବୀ ନଗର ଗଡ଼ା ନିକଟରେ ଏକ ଟ୍ରାକ୍ଟର ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି । ସୂଚନା ଅନୁଯାୟୀ କାଠ ବୋଝେଇ ହୋଇଥିବା ଏକ ଟ୍ରାକ୍ଟର ଚୌଦ୍ୱାର ଆଡ଼ୁ ବାଣୀପଦାସ୍ଥିତ କରତକଳ ଶିଳ୍ପପୁଞ୍ଜକୁ ଯାଉଥିବାବେଳେ ଦେବୀ ନଗର ଗଡ଼ା ଠାରେ ଆନୁଗୋଳରୁ ଆସୁଥିବା ଆଇରନ୍ ବୋଝେଇ ଏକ ଟ୍ରକ୍ ସହିତ ମୁହାଁମୁହିଁ ଧକ୍କାହୋଇଥିଲା। ଏଥିରେ ଟ୍ରାକ୍ଟର ଚାଳକ ଓ ଅନ୍ୟଜଣେ ଆରୋହୀ ଗୁରୁତର ଆହତ ହୋଇଥିଲେ। ଖବର ପାଇ ଚୌଦ୍ୱାର ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତ ଦୁଇଜଣଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ କଟକ ବଡ଼ ଡାକ୍ତରଖାନାକୁ ପଠାଇଛନ୍ତି। ଦୁର୍ଘଟଣାପରେ ଦୀର୍ଘ ସମୟ ଧରି ରାସ୍ତାରେ ଗାଡ଼ିଚଳାଚଳ ବନ୍ଦ ହୋଇ ଯାଇଥିଲା। ଚୌଦ୍ୱାର ପୁଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦୁଇଟିକୁ ରାସ୍ତା ଉପରୁୁ ହଟାଇବା ପରେ ଗାଡ଼ି ଚଳାଚଳ ସ୍ୱାଭାବିକ ହୋଇଥିଲା। ଦୁର୍ଘଟଣାସ୍ଥଳରୁ ଟ୍ରକ ଡ୍ରାଇଭର ଫେରାର ହୋଇ ଯାଇଥିବା ଜଣା ପଡ଼ିଛି।

Hot this week

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

Related Articles

Popular Categories