www.samajalive.in
Sunday, December 7, 2025
14.1 C
Bhubaneswar

ଗଛରେ ପିଟି ହେଲା ବାଇକ୍, ୨ ଛାତ୍ର ଗୁରୁତର

ତେଲକୋଇ: ତେଲକୋଇ ଥାନା ଅନ୍ତର୍ଗତ ଛାମୁଣ୍ଡା ପଞ୍ଚାୟତ ଗୋଳାବନ୍ଧ ଛକ ନିକଟରେ ବୁଧବାର ଅପରାହ୍ନରେ ସଡକ ଦୁର୍ଘଟଣାରେ ଦୁଇ ଜଣ ଯୁକ୍ତ ଦୁଇ ଛାତ୍ର ଗୁରୁତର ହୋଇଛନ୍ତି। ଗୁରୁତର ଦୁଇ ଜଣ ହେଲେ ପଡାଙ୍ଗ ପଞ୍ଚାୟତ ନିପିଣ୍ଡା ଗ୍ରାମର ଝସକେତନ ନାୟକ (୧୬) ଏବଂ ଓରିଆ ବିରିଡା ପଞ୍ଚାୟତ ଜଟ ଗ୍ରାମର କର୍ଣ୍ଣ କୁମାର ସାହୁ (୧୬)। ଦୁଇ ସାଙ୍ଗ ମିଶି ଜଗମୋହନପୁର ଠାରେ ନିର୍ମାଣାଧୀନ ଅବସ୍ଥାରେ ରହିଥିବା ଝସକେତନଙ୍କ ଘରକୁ ଯାଇ ଫେରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଛି।

ଘଟଣା ଅନୁଯାୟୀ ଦୁଇ ସାଙ୍ଗ ଏକ ବାଇକରେ ଜଗମୋହନପୁରରୁ ତେଲକୋଇ ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ପିକ୍ଅପ ରାସ୍ତା ନଛାଡିବାରୁ ଭାରସାମ୍ୟ ହରାଇ ମୋଟରସାଇକେଲଟି ଏକ ଗଛରେ ଧକ୍କା ହୋଇଥିଲା। ଉଭୟଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ତେଲକୋଇ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ ହେଁ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି।

Hot this week

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

Related Articles

Popular Categories