www.samajalive.in
Monday, December 15, 2025
17.1 C
Bhubaneswar

ଲିଙ୍କ୍ ରୋଡରେ ଓଲଟିଲା ଗ୍ୟାସ ଟ୍ୟାଙ୍କର

କଟକ: ମଧୁପାଟଣା ଛକ ଲିଙ୍କ୍ ରୋଡ ନିକଟରେ ଥିବା ରେଳ ଧାରଣା ତଳେ ଗତକାଲି ବିଳମ୍ବିତ ରାତିରେ ଏକ ଗ୍ୟାସ ବୋଝେଇ ଟ୍ୟାଙ୍କର ଓଲଟି ପଡ଼ିଛି। ଘଟଣାସ୍ଥଳରେ ରାସ୍ତା ଜାମ ରହିଥିବା ବେଳେ ହଜାର ହଜାର ଯାନବାହନ ଅଟକି ରହିଛି । ଏଥିରେ ଜଣେ ଆହତ ହୋଇଥିବା ଜଣାପଡିଛି । ଟ୍ୟାଙ୍କରକୁ ଉଠାଇବା ପାଇଁ ପୁଲିସକୁ ନାକେଦମ୍ ହେବାକୁ ପଡିଛି । ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ଟ୍ୟାଙ୍କରଟିକୁ ଉଠାଇବାକୁ ଉଦ୍ୟମ ଚଳାଇଛନ୍ତି ।  ଦୁର୍ଘଟଣାସ୍ଥଳରେ ଜରୁରୀକାଳୀନ ଅଧିକାରୀ ପହଞ୍ଚିଛନ୍ତି । ତେବେ ଟ୍ୟାଙ୍କରରୁ ଗ୍ୟାସ୍ ଲିକ୍ ହୋଇ ନଥିବା ଜଣାପଡିଛି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories