www.samajalive.in
Monday, December 8, 2025
20.1 C
Bhubaneswar

ସ୍କୁଟର ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ

ସୁଆଣ୍ଡୋ : ଭୁବନେଶ୍ବର – ପୁରୀ ୩୧୬ ନମ୍ବର ଜାତୀୟ ରାଜପଥର ସତ୍ୟବାଦୀ ବ୍ଲକ ଛକ ନିକଟରେ ସ୍କୁଟର ଧକ୍କାରେ ଜନୈକ ବୃଦ୍ଧଙ୍କର ମୃତ୍ୟୁ ହୋଇଛି। ବୃଦ୍ଧ ଜଣକ ହେଉଛନ୍ତି ସତ୍ୟବାଦୀ ଥାନା ଅନ୍ତର୍ଗତ ଅଠେଇଶ ଗ୍ରାମର ସପନା ଭୋଇ (୬୦)। ଗୁରୁବାର ସନ୍ଧ୍ୟାରେ ସେ ଘରକୁ ଆସୁଥିବା ସମୟରେ ଏକ ନମ୍ବର ବିହୀନ ସ୍କୁଟର ତାଙ୍କୁ ଧକ୍କା ଦେଇଥିଲା। ଫଳରେ ସେ ତଳେ ପଡି ଯାଇଥିଲେ। ସ୍ଥାନୀୟ ଯୁବକମାନେ ତାଙ୍କୁ ଉଦ୍ଧାର କରି ସାକ୍ଷୀଗୋପାଳ ଡାକ୍ତରଖାନାକୁ ନେଇଥିଲେ। କିନ୍ତୁ ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିବାର ଜଣାପଡିଛି। ସେହିପରି ସ୍କୁଟର ଚାଳକ ମଧ୍ୟ ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ପୁଲିସ ଗାଡିଟିକୁ ଜବତ କରିବା ସହ ଚାଳକଙ୍କୁ ନିଜ ହେପାଜତରେ ରଖିଛି। ଦୁର୍ଘଟଣା ଘଟାଇଥିବା ବ୍ୟକ୍ତି ଚନ୍ଦନପୁର ଥାନା ଅନ୍ତର୍ଗତ କଞ୍ଚି ଗ୍ରାମର ବୋଲି ଜଣାପଡ଼ିଛି।

Hot this week

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

Related Articles

Popular Categories