ବାଲିଗୁଡା ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା
ଭୁବନେଶ୍ବର : କନ୍ଧମାଳ ଜିଲା ବାଲିଗୁଡା ଠାରେ ହୋଇଥିବା ସଡକ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶୋକସନ୍ତପ ପରିବାରକୁ ଗଭୀର ସମବେଦନା ଜଣାଇଛନ୍ତି। ଏହାସହ ମୃତ ବ୍ୟକ୍ତିଙ୍କ ପରିବାର ବର୍ଗଙ୍କୁ ଦୁଇ ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି। ଦୁର୍ଘଟଣାରେ ଆହତ ବ୍ୟକ୍ତିମାନଙ୍କୁ ମାଗଣାରେ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି। ଏହାସହ ସେମାନଙ୍କ ଆଶୁ ଆରୋଗ୍ୟ ମଧ୍ୟ କାମନା କରିଛନ୍ତି।
ସୂଚନାଯୋଗ୍ୟ ଯେ, ମଙ୍ଗଳବାର ସକାଳେ କନ୍ଧମାଳ ଜିଲା ବାଲିଗୁଡା ଠାରେ ବଙ୍ଗଡଦୁଆ ଘାଟିରେ ଏକ ମିନି ଟ୍ରକ ଓଲଟି ପଡିବାରୁ ଏହି ଦୁର୍ଘଟଣା ଘଟିଛି। ଏଥିରେ ଅନେକ ବ୍ୟକ୍ତି ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୭ଜଣଙ୍କ ଅବସ୍ଥା ଅଧିକ ଗୁରୁତର ଅଛି। ସମସ୍ତଙ୍କୁ ଉଦ୍ଧାର କରାଯାଇ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଛି।