www.samajalive.in
Saturday, December 6, 2025
17.1 C
Bhubaneswar

ଘାଟିରେ ମିନି ଟ୍ରକ ଓଲଟି ୧ମୃତ, ୯ଆହତ

ରାୟଗଡା : କୋଲନର ବ୍ଲକ ଅନ୍ତର୍ଗତ କେଶରୀ ଘାଟିରେ ଏକ ମିନିଟ୍ରକ ଓଲଟି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ନଅ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ମିନଝୋଲା ପରେ ରମାନଗୁଡା ସ୍ଥାନାନ୍ତର କରାଯାଇଛି । ତେବେ ୫ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ରାୟଗଡା ସ୍ଥାନାନ୍ତର କରାଯାଇଛି। ମିନାଝୋଲାରୁ ଜରଡି କ୍ରସରକୁ କାମ କରିବାକୁ ଯାଉଥିବା ବେଳେ କେଶରୀ ଘାଟିରେ ମିନିଟ୍ରକଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା। ତେବେ ସେଥିରେ ବସିଥିବା ଦଶ ଜଣଙ୍କ ମଧ୍ୟରୁ ଘଟଣାସ୍ଥଳରେ ସୁକାନ୍ତି ତଇକା ନାମକ ଜଣେ ମହିଳା ଶ୍ରମିକର ମୃତ୍ୟୁ ଘଟିଥିବା ବେଳେ ଅନ୍ୟମାନେ ଆହତ ହୋଇଛନ୍ତି। ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଚାନ୍ଦିଲି ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories