www.samajalive.in
Sunday, December 7, 2025
15.1 C
Bhubaneswar

ଟ୍ରକ ଧକ୍କାରେ ଯୁବକ ମୃତ

ଅନୁଗୁଳ : ଅନୁଗୁଳ ଜରାସିଂହା ଗାଁରେ ବିଳମ୍ବିତ ରାତିରେ ଟ୍ରକ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଯାଇଛି। ଏହାପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖା ଦେଇଛି। ମୃତ ବ୍ୟକ୍ତି ହେଉଛନ୍ତି ଜରସିଂହା ଗ୍ରାମର ଜୟନ୍ତ ସାହୁ।  ସ୍ଥାନୀୟ ଲୋକେ କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ କରିଛନ୍ତି। ଫଳରେ ଅନୁଗୁଳ-ଛେଣ୍ଡିପଦା ରାସ୍ତାରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି । ଅନୁଗୁଳ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ସହ ମୃତଦେହକୁ ବ୍ୟବଚ୍ଛେଦ ନିମନ୍ତେ ପଠାଇଛି।

ସୂଚନନାଯୋଗ୍ୟ ଯେ, ଜୟନ୍ତ ବିଳମ୍ବିତ ରାତିରେ କୌଣସି କାମ ପାଇଁ ଘର ବାହାରକୁ ଆସିଥିଲେ। ସେହି ସମୟରେ ଏକ ଘରୋଇ କାରଖାନାରୁ ଆସୁଥିବା ଏକ କୋଇଲା ବୋଝେଇ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଦୁର୍ଘଟଣା ସ୍ଥଳରେ ଜୟନ୍ତଙ୍କ ମୃତ୍ୟୁ ହୋଇଯାଇଥିଲା। ଏହାସହ ଦୁର୍ଘଟଣା ଘଟାଇ ଥିବା ଟ୍ରକଟି ଫେରାର ହୋଇ ଯାଇଥିଲା । ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖା ଦେଇଛି । ଉତ୍ତ୍ୟକ୍ତ ଲୋକ ସେହି ରାସ୍ତାରେ ଯାଉଥିବା ୪-୫ ଟି ଟ୍ରକକୁ ଭଙ୍ଗାରୁଜା କରିଥିବା ଜଣାପଡିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories