www.samajalive.in
Sunday, December 7, 2025
14.1 C
Bhubaneswar

ସଡକ ଦୁର୍ଘଟଣାରେ ଜଣେ ମୃତ, ୩ ଆହତ

କେନ୍ଦ୍ରାପଡା : ଟିକରପଙ୍ଗା ନିକଟରେ ଏକ ସଡକ ଦୁର୍ଘଟଣା ଘଟିଛି। ଏଥି​‌ରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ଜଣ ଆହତ ହୋଇଥିବା ଜଣାପଡିଛି। ମୃତକଙ୍କ ଘର ଟିକରପଙ୍ଗା ଠାରେ ବୋଲି ଜଣାପଡିଛି। ଆହତମାନଙ୍କୁ ଉଦ୍ଧାର କରାଯାଇ ପାରାଦୀପ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନାଯୋଗ୍ୟ ଯେ, ସୋମବାର ସକାଳେ ଏକ ଟାଟା ମ୍ୟାଜିକ ଗାଡି ପାରାଦୀପ ଅଭିମୁଖେ ଯାଉଥଥିବା ବେଳେ ଟିକରପଙ୍ଗା ନିକଟରେ ଏକ ଟ୍ରକ ପଛ ପଟୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଯାଇଥିବା ବେଳେ ଅନ୍ୟ ୩ ଜଣ ଆହତ ହୋଇଥିଲେ। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ଟାୟାର ଜାଳି ରାସ୍ତାରୋକ କରିଥିବା ଜଣାପଡିଛି। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବି କରାଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଥିବା ଜଣାପଡିଛି।

Hot this week

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

Related Articles

Popular Categories