www.samajalive.in
Saturday, December 6, 2025
26.1 C
Bhubaneswar

ରାସ୍ତା କଡକୁ ଓଲଟିଲା ବସ୍‌, ୧୦ରୁ ଉର୍ଦ୍ଧ୍ବ ଆହତ

କେନ୍ଦୁଝର : ଆକୁଳମଲାଣ୍ଡା ଠାରେ ବସ ଓଲଟି ୧୦ରୁ ଉର୍ଦ୍ଧ୍ବ ଆହତ ହୋଇଛନ୍ତି। ବସଟି ବୁଲାଣି ରାସ୍ତା ଅତିକ୍ରମ କରୁଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡିଥିଲା। ଆହତମାନଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।  ଆହତଙ୍କ ମଧ୍ୟରେ ୫ଜଣ ମହିଳା ଥିବା ଜଣାପଡିଛି। ସେମାନଙ୍କ ମଧ୍ୟରୁ ୪ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ସୂଚନାଯୋଗ୍ୟ ଯେ, ବୁଧବାର ବସଟି କଣ୍ଟାମାଳରୁ କେନ୍ଦୁଝର ଯାଉଥିଲା। ସେହି ସମୟରେ ଭାରସାମ୍ୟ ହରାଇ ରାସ୍ତାକଡକୁ ଓଲଟି ପଡିଥିଲା। ଫଳରେ ୧୦ରୁ ଉର୍ଦ୍ଧ୍ବ ବ୍ୟକ୍ତି ଆହତ ହୋଇଥିଲେ।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories