କେନ୍ଦୁଝର : କେନ୍ଦୁଝର ସଦର ଥାନା ପଳାଶପଙ୍ଗା ଠାରେ ଏକ ସଡକ ଦୁର୍ଘଟଣା ଘଟିଛି। ଏକ ଟ୍ରକକୁ ବୋଲେରୋ ପଛ ପଟୁ ପିଟିବାରୁ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ନିମନ୍ତେ ପଦ୍ମପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ ମୃତକ ଦୁଇଜଣ ଦମ୍ପତି ବୋଲି ଜଣାପଡିଛି। ଘନ କୁହୁଡି ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି।
Popular Categories



