www.samajalive.in
Wednesday, December 10, 2025
18.1 C
Bhubaneswar

ସଡକ ଦୁର୍ଘଟଣାରେ ବାପା, ପୁଅ ମୃତ

ପୁରୀ : ପିପିଲି ନିକଟ ପିଢପାଟଣା ଛକରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି। ମୃତକ ଦୁଇ ଜଣ ବାପା-ପୁଅ ଅଟନ୍ତି। ପଟ୍ଟନାୟିକିଆ-ଡେଲାଙ୍ଗ ରାସ୍ତାରେ ଏକ ଟ୍ରକ ଛିଡା ହୋଇଥିଲା। ତିନି ଜଣ ବାଇକ ଯୋଗେ ଯାଉଥିବା ବେଳେ ଟ୍ରକ ପଛରେ ପିଟି ହୋଇଯାଇଥିଲେ। ଘଟଣାସ୍ଥଳରେ ବାପ-ପୁଅଙ୍କର ମୃତ୍ୟୁ ହୋଇଯାଇଥିଲା। ଆହତଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନାଯୋଗ୍ୟ ଯେ, ତିନି ଜଣ ବ୍ୟକ୍ତି ମଙ୍ଗଳବାର ରାତିରେ ବାଇକରେ ଡେଲାଙ୍ଗ ଷ୍ଟେସନ ବଜାରରୁ ଘରକୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।

Hot this week

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

Related Articles

Popular Categories