www.samajalive.in
Sunday, December 7, 2025
14.1 C
Bhubaneswar

ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସୱେରେ ଦୁର୍ଘଟଣା, ୮ ମୃତ

ନୂଆଦିଲ୍ଲୀ : ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସୱେରେ ଏକ ବଡ ଧରଣର ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ୮ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି ।

ସୂଚନାଯୋଗ୍ୟ, ଗୁରୁବାର ସକାଳେ ଦ୍ରୁତ ଗତିରେ ଲକ୍ଷ୍ନୌରୁ ଆଗ୍ରା ଆସୁଥିବା ଏକ କାର ସମ୍ମୁଖରେ ଯାଉଥିବା ଏକ ଟ୍ରକକୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ କାରରେ ଥିବା ୮ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ୭ଜଣଙ୍କ ଘର ଜୋନପୁର ଓ ଅନ୍ୟ ଜଣେ ଆଜମଗଡ଼ର ବାସିନ୍ଦା ବୋଲି ଜଣାପଡ଼ିଛି । ଏମାନେ ସମସ୍ତେ ଆଗ୍ରାସ୍ଥିତ ଡ. ଭିମରାମ ଆମ୍ବେଦକର ବିଶ୍ୱବିଦ୍ୟାଳୟ ଶିକ୍ଷକ ପଦ ପାଇଁ ଇଣ୍ଟରଭ୍ୟୁ ଦେବାକୁ ଯାଉଥିଲେ । ​ସକାଳ ୮ଟାରେ ଲକ୍ଷ୍ନୌ ଏକ୍ସପ୍ରେସ ୱେର ମାଇଲଷ୍ଟୋନ ୩୭.୨ ନିକଟରେ ‌ଏହି ଦୁର୍ଘଟଣା ଘଟିଛି ।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories