www.samajalive.in
Tuesday, December 9, 2025
16.1 C
Bhubaneswar

ସଡ଼କ ଦୁର୍ଘଟଣାରେ ଜଣେ ମୃତ, ଜଣେ ଆହତ

ଦ୍ୱାରଶୁଣି/କଳାବାଡ଼ିଆ : ବାଙ୍ଗିରିପୋଷି ଥାନା ସାତଭାୟା ଛକ ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ଜଣେ ଆହତ ହୋଇଛନ୍ତି। ମୃତକ ହେଲେ ଇଟାମୁଣ୍ଡିଆ ଗ୍ରାମର ସୁନା ସିଂ। ଆହତ ହୋଇଥିବା ବ୍ୟକ୍ତି ହେଲେ ସୁନ୍ଦର ମୋହନ ସିଂ। ଏହି ଦୁଇ ଜଣ ବ୍ୟକ୍ତି ଏକ ବାଇକରେ ଜଣେ ସଂପର୍କୀୟଙ୍କ ସୁଦ୍ଧକ୍ରିୟାରେ ଯୋଗ ଦେବାକୁ ବାଙ୍ଗିରିପୋଷି ଯାଉଥିଲେ। ସାତଭାୟା ଛକ ନିକଟରେ ଜଣେ ବ୍ୟକ୍ତି ବାଉଁଶ ନେଇ ରାସ୍ତାପାର ହେଉଥିବା ବେଳେ ବାଉଁଶଟି ବାଇକ ପଛରେ ବସିଥିବା ସୁନା ସିଂଙ୍କ ଶରୀରରେ ପସି ଯାଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ବାଙ୍ଗିରିପୋଷି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories