www.samajalive.in
Sunday, December 7, 2025
26.1 C
Bhubaneswar

ସ୍କୁଟିକୁ ଧକ୍କା ଦେଲା ଟ୍ରକ ; ପୁଅ ମୃତ, ବାପା ଆହତ

ନୟାଗଡ : ନୟାଗଡ ଜିଲା ରଣପୁର ଥାନା ଅନ୍ତର୍ଗତ ଗୌରାଙ୍ଗପୁର ଗ୍ରାମରେ ଏକ ସଡକ ଦୁର୍ଘଟଣା ଘଟିଛି। ଏକ ସିମେଣ୍ଟ ବୋଝେଇ ଟ୍ରକ ସ୍କୁଟିକୁ ଧକ୍କା ଦେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି। ମୃତକ ହେଉଛନ୍ତି ଅଷ୍ଟମ ଶ୍ରେଣୀର ଛାତ୍ର ସୌମ୍ୟରଞ୍ଜନ ପଢିଆରୀ। ଆହତ ବ୍ୟକ୍ତି ହେଉଛନ୍ତି ସୌମ୍ୟଙ୍କ ବାପା। ତାଙ୍କୁ ଚିକିତ୍ସା ନିମନ୍ତେ ରଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ଘଟାଇଥିବା ଟ୍ରକକୁ ଗ୍ରାମବାସୀମାନେ ଅଟକ ରଖିଛନ୍ତି। କିନ୍ତୁ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି।  ଦୁର୍ଘଟଣାରେ ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ରଣପୁର ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

ସୂଚନାଯୋଗ୍ୟ ଯେ, ମଙ୍ଗଳବାର ରାତିରେ ସୌମ୍ୟ ଟିଉସନ ସାରି ତାଙ୍କ ବାପାଙ୍କ ସହ ସ୍କୁଟିରେ ଘରକୁ ଯାଉଥିଲେ। ସେହି ସମୟରେ ଏକ ସିମେଣ୍ଟ ବୋଝେଇ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ସୌମ୍ୟଙ୍କର ମୃତ୍ୟୁ ହୋଇଯାଇଥିବା ବେଳେ ବାପା ଗୁରୁତର ହୋଇଥିଲେ।

- Advertisement -

 

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories