www.samajalive.in
Saturday, December 13, 2025
14.1 C
Bhubaneswar

ଟ୍ରାକ୍ଟରକୁ ଧକ୍କା ଦେଇ ବାଇକ ଆରୋହୀ ମୃତ

ଦ୍ୱାରଶୁଣି : ମୟୂରଭଞ୍ଜ ଜିଲାର ଝାରପୋଖରିଆ ଥାନା ଅନ୍ତର୍ଗତ ୧୮ ନମ୍ବର ଜାତୀୟ ରାଜପଥର ଧାଙ୍ଗିଡ଼ିଶୋଳ ସତସଙ୍ଗ ବିହାର ନିକଟରେ ରବିବାର ଏକ ସଡକ ଦୁର୍ଘଟଣା ଘଟିଛି । ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତ ବ୍ୟକ୍ତି ଜଣଙ୍କ ହେଲେ ଦିଘି ଗ୍ରାମର ସହଦେବ ପରିଡ଼ା (୭୦)।

ସୂଚନାଯୋଗ୍ୟ, ସହଦେବ ପରିଡା ସ୍ଥାନୀୟ ଏକ ଦୋକାନରୁ ମାଂସ କିଣି ବାଇକରେ ଘରକୁ ଫେରୁଥିଲେ। ଏହି ସମୟରେ ସାମ୍ନାରୁ ଆସୁଥିବା ଏକ ଗାଡ଼ିକୁ ଦେଖି ବିଚଳିତ ହୋଇଯାଇଥିଲେ । ଫଳରେ ନିଜ ବାଇକ ଉପରୁ ନିୟନ୍ତ୍ରଣ ହରାଇ ରାସ୍ତାରେ ଥିବା ଟ୍ରାକ୍ଟର ପଛରେ ପିଟି ହୋଇଯାଇଥିଲେ। ଘଟଣାସ୍ଥଳରୁ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡ଼ିକାଲକୁ ଚିକିତ୍ସା ପାଇଁ ନିଆଯାଇଥିଲା। ମାତ୍ର ଡ଼ାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟ ଟ୍ରାକ୍ଟର ଓ ବାଇକକୁ ଜବତ କରି ତଦନ୍ତ ଆରମ୍ଭ କରିଥିଲା। ମୃତଦେହକୁ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି ।

- Advertisement -

 

Hot this week

ଜନଗଣନା ପାଇଁ ୧୧,୭୧୮ କୋଟି ଟଙ୍କା ମଞ୍ଜୁର

ନୂଆଦିଲ୍ଲୀ: ଭାରତର ଜନଗଣନା ୨୦୨୭ ପାଇଁ ୧୧,୭୧୮. ୨୪ କୋଟି ଟଙ୍କାର...

ଇଣ୍ଡିଗୋରେ ପୁଣି ସଂକଟ; ୧୬୦ ବିମାନ ବାତିଲ

ନୂଆଦିଲ୍ଲୀ: ବିମାନ ପରିଚାଳନା ବ୍ୟବସ୍ଥା ସ୍ବାଭାବିକ ହେବା ନେଇ ଘରୋଇ ଏୟାରଲାଇନ୍ସ...

ଭାରତରେ ଲିଓନେଲ୍‌ ମେସି

ସମାଜ ଡିଜିଟାଲ ଡେସ୍କ: ଭାରତରେ କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସି...

ଶନିବାର ରାଶିଫଳ: ଈପ୍‌ସିତ ଅର୍ଥ ପ୍ରାପ୍ତିର ସୂଚନା

ମେଷ: ଧୈର୍ଯ୍ୟ ଓ ସାହସ ସଞ୍ଚୟ କରି ଆଶୁ ବିପଦର ମୁକାବିଲା କରିପାରନ୍ତି।...

ସାବଧାନ, ଅଣ୍ଡା ଖାଇଲେ ହେଉଛି କ୍ୟାନସର!

ଶୀତ ଋତୁରେ ଅଧିକାଂଶ ଲୋକ ଅଣ୍ଡା ଖାଆନ୍ତି। ଅଣ୍ଡାରେ ପ୍ରୋଟିନ୍, କ୍ୟାଲସିୟମ୍...

Related Articles

Popular Categories