www.samajalive.in
Wednesday, December 10, 2025
15.1 C
Bhubaneswar

ସଡ଼କ ଦୁର୍ଘଟଣାରେ ୨ ମୃତ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ଥାନା ଅନ୍ତର୍ଗତ ଉଜ୍ଜଳପୁର ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ ଓ ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇ ବାଇକ ଆରେହୀଙ୍କ ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ, ଦୁଇ ଜଣ ବାଇକରେ ନିଜ ଘରକୁ ଫେରୁଥିବାବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ ସେମାନଙ୍କୁ ଧକ୍କା ଦେବା ଫଳରେ ସେମାନଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଦୁର୍ଘଟଣା ପରେ ଟ୍ରକ ଚାଳକ ଫେରାର ହୋଇଯାଇଥିବା ଜଣାପଡ଼ିଛି। ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି ହେବା ସହ ଅଭିଯୁକ୍ତକୁ ଧରିବା ପାଇଁ ଦାବି କରାଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଟ୍ରକକୁ ଜବତ କରିବା ସହ ଘଟଣାର ଅଧିକ ତଦନ୍ତ କରୁଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories