www.samajalive.in
Tuesday, December 9, 2025
19.1 C
Bhubaneswar

ଅଜଣା ଗାଡି ଧକ୍କାରେ ବାଇକ ଆରୋହୀଙ୍କ ମୃତ୍ୟୁ

ପାଟଣା: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥର ବାଙ୍କପାଟୁଳି ହାଟ ନିକଟରେ ଗୁରୁବାର ଅପରାହ୍ନରେ ଏକ ସଡକ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡି ଧକ୍କାରେ ଜଣେ ବାଇକ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମୃତ ଯୁବକ ଜଣଙ୍କ ବାଙ୍କପାଟୁଳି ହାଟରୁ ସଉଦା କରି ନିଜ ଗ୍ରାମ ଗୁମୁରାକୁ ଯାଉଥିଲେ ବୋଲି ପାରିପାର୍ଶ୍ବିକ ସ୍ଥିତିରୁ ଅନୁମାନ କରାଯାଉଛି। ତେବେ ଦୁର୍ଘଟଣାଗ୍ରସ୍ତ ବାଇକଟି ସିକନ୍ଦର ମୁଣ୍ଡାଙ୍କ ବୋଲି ଜଣାପଡିଛି। କିନ୍ତୁ ମୃତ ଯୁବକ ସିକନ୍ଦର ମୁଣ୍ଡା କିମ୍ବା ଅନ୍ୟ କିଏ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।

Hot this week

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories