www.samajalive.in
Saturday, December 6, 2025
14.1 C
Bhubaneswar

ବସକୁ ଧକ୍କା ଦେଲା ଟ୍ରକ ; ୫ ଆହତ

ସମ୍ବଲପୁର : ସମ୍ବଲପୁର ଜିଲା ବୁର୍ଲାସ୍ଥିତ କଟାପାଲି ଛକରେ ମଙ୍ଗଳବାର ଏକ ଟ୍ରକ ଯାତ୍ରୀବାହୀ ବସକୁ ଧକ୍କା ଦେଇଛି। ଏହି ଦୁର୍ଘଟଣାରେ ୫ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ବୁର୍ଲା ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ ବସର ଚାଳକ ଓ ହେଲପର ରହିଛନ୍ତି ବୋଲି ଜଣାପଡ଼ିଛି।
ସୂଚନା ଯୋଗ୍ୟ, ଦୁର୍ଘଟଣାଗ୍ରସ୍ତ ବସଟି ଆଜି ସକାଳେ ଜୟପୁରରୁ ସମ୍ବଲପୁର ଆସୁଥିବା ସମୟରେ ଉକ୍ତ ଟ୍ରକଟି ପଛପଟୁ ବସକୁ ଧକ୍କା ଦେବା ପରେ ବସଟି ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା। ଏହାପରେ ବସଟିକୁ କ୍ରେନ ସାହାଯ୍ୟରେ ଉଠାଯାଇ ଯାତ୍ରୀଙ୍କୁ ଉଦ୍ଧାର କରାଯାଇଥିଲା। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା ଟ୍ରକକୁ ଜବତ କରିଥିଲା। ଟ୍ରକର ଚାଳକ ଫେରାର ଥିବା ଜଣାପଡ଼ିଛି। ପୁଲିସ ଘଟଣାର ତଦନ୍ତ କରୁଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories