www.samajalive.in
Saturday, December 13, 2025
27.1 C
Bhubaneswar

କାର ଓ ବାଇକ ଧକ୍କା : ୨ ବାଇକ୍ ଆରୋହୀ ଗୁରୁତର

ଠାକୁରମୁଣ୍ଡା : ମୟୂରଭଞ୍ଜ ଜିଲ୍ଲା ମହୁଲଡିହା ଥାନା ଅନ୍ତର୍ଗତ ଠାକୁରମୁଣ୍ଡା-ଆନନ୍ଦପୁର  ୫୩ ନଂ  ରାଜ୍ୟ ରାଜପଥର ଚିଆଁବେଡା ଛକ ନିକଟରେ ଗୁରବାର ସନ୍ଧ୍ୟାରେ ଏକ କାର ବାଇକକୁ ଧକ୍କା ଦେବା ଫଳରେ ବାଇକରେ ଯାଉଥିବା ୨ଜଣ ଯୁବକ ଗୁରୁତର ଆହତ ହୋଇଛନ୍ତି। ଆହତ ୨ ଜଣ ହେଉଛନ୍ତି ଶାଳଚୁଆ ଗ୍ରାମପଞ୍ଚାୟତ ଅନ୍ତର୍ଗତ କରଡାପାଳ ଗ୍ରାମର ବୋଲି ଜଣା ପଡ଼ିଛି।

ଉଭୟଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରାଯାଇ ୧୦୮ ଆମ୍ବୁଲାନ୍ସ ଯୋଗେ ଚିକିତ୍ସା ପାଇଁ ଠାକୁରମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ୨ଜଣଙ୍କୁ ଅଧିକ ଚିକିତ୍ସା ପାଇଁ କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ତେବେ ଠାକୁରମୁଣ୍ଡାରୁ କାମସାରି ବାଇକ ଯୋଗେ ଘରକୁ ଫେରୁଥିବା ସମୟରେ ଆନନ୍ଦପୁର ପଟୁ ଆସୁଥିବା କାର ସହିତ ଚିଆଁବେଡା ଛକ ନିକଟରେ ଧକ୍କା ହୋଇଥିଲା। ମହୁଲଡିହା ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ବାଇକ ଓ କାରକୁ ଜବତ କରି ତଦନ୍ତ କରୁଥିବାର ଜଣାଯାଇଛି।

Hot this week

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

Related Articles

Popular Categories