www.samajalive.in
Sunday, December 7, 2025
13.1 C
Bhubaneswar

ବାଇକ ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର

ଫୁଲବାଣୀ: କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅନ୍ତର୍ଗତ କିରିକୁଟୀ ପଞ୍ଚାୟତ ପାଟ୍ଟାଙ୍ଗୀ ଗ୍ରାମ ନିକଟ ୫୯ ନଂ ଜାତୀୟ ରାଜପଥରେ ଗତକାଲି ବିଳମ୍ବିତ ରାତିରେ ଏକ ବାଇକ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟ ହୋଇଥିବା ବେଳେ ଜଣେ ଗୁରୁତର ଭାବରେ ଆହତ ହୋଇଛନ୍ତି। ମୃତକ ଜଣକ ହେଲେ କିରିକୁଟୀ ପଞ୍ଚାୟତ ମେଡୁବାଡ଼ି ଗ୍ରାମର ଅଭୟ ପ୍ରଧାନ ଏବଂ ଗୁରୁତର ଆହତ ଜଣକ ହେଲେ କ,ନୁଆଗାଁ ଥାନା ଅର୍ନ୍ତଗତ ଢେପାକେତା ଗ୍ରାମର ସିଦ୍ଧାନ୍ତ ପ୍ରଧାନ।

ମିଳିଥିବା ସୂଚନା ପ୍ରକାରେ, ଗତକାଲି ଦୁହେଁ ବାଇକରେ ସିମନବାଡ଼ି ଗ୍ରାମରୁ ଢେପାକେତା ଯିବା ସମୟରେ ବାଇକ ଚାଳକ ଜଣକ ଭାରସାମ୍ୟ ହରାଇ ପାଟ୍ଟାଙ୍ଗୀ ଗ୍ରାମ ପୂର୍ବ ବୁଲାଣିରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣା ଘଟିବା ପରେ ସ୍ଥାନୀୟ ଲୋକଙ୍କ ସହାୟତାରେ ଆମ୍ବୁଲାନ୍ସ ଯୋଗେ ଉଭୟଙ୍କୁ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତି କରାଯାଇଥିବା ବେଳେ ଚିକିତ୍ସାଧିନ ଅବସ୍ଥାରେ ଅଭୟ ପ୍ରଧାନଙ୍କର ମୃତ୍ୟ ଘଟିଥିବା ବେଳେ ସିଦ୍ଧାନ୍ତ ପ୍ରଧାନଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଥିଲା। ଦାରିଙ୍ଗବାଡ଼ି ପୁଲିସ ଥାନାରେ କେସନଂ ୧୫୭/୨୦ରେ ଏକ ମାମଲା ରୁଜୁ କରି ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାରବର୍ଗଙ୍କୁ ହସ୍ତାନ୍ତର କରିଥିବା ନେଇ ଥାନା ଅଧିକାରୀ କୌଶିକ ମାଝୀ ସୂଚନା ପ୍ରଦାନ କରିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories