www.samajalive.in
Sunday, December 7, 2025
26.1 C
Bhubaneswar

କାର-ବାଇକ ମୁହାଁମୁହିଁ ଧକ୍କା, ୨ ଗୁରୁତର

ପାଟଣା : ପାଟଣା-କେନ୍ଦେଇ ପଶି ରାସ୍ତାର ପୂଟୁଳିଆ ନିକଟରେ କେନ୍ଦୁଝର ଅଭିମୁଖେ ଯାଉଥିବା ଏକ କାର ସହ ଡିଆନାଳି ଗ୍ରାମକୁ ଫେରୁଥିବା ଏକ ବାଇକ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍ ରେ ଥିବା ଦୁଇ ଜଣ ଯୁବକ ଗୁରୁତର ହୋଇଛନ୍ତି। ଗୁରୁତର ଦୁଇ  ଯୁବକ ଡିଆନାଳି ଗ୍ରାମର ବାବୁଲା ମୁଣ୍ଡା(୨୫) ଓ ଶିବ ମୋଦି(୨୨) ବୋଲି ଜଣାପଡ଼ିଛି। ଏମାନେ କେନ୍ଦେ଼ଇପଶି ନିକଟରେ ଇଟା  ତିଆରି କାମ ସାରି ବାଇକ ଯୋଗେ ଘରକୁ ଫେରୁଥିଲେ। ଦୁର୍ଘଟଣା ସ୍ଥଳରୁ ଅଗ୍ନିଶମ ବାହିନୀ ଉଭୟଙ୍କୁ ଉଦ୍ଧାର କରି ପାଟଣା ଡାକ୍ତରଖାନାରେ ଭର୍ତ୍ତି କରିଛି। ଦୁର୍ଘଟଣାରେ ବାବୁଲା ମୁଣ୍ଡାଙ୍କ ଡାହାଣ ଗୋଡ଼ ଭାଙ୍ଗିଯାଇଥିବା ବେଳେ ଶିବ ମୋଦି ଚେତା ଶୂନ୍ୟ ଅଛନ୍ତି।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories