www.samajalive.in
Sunday, December 14, 2025
26.1 C
Bhubaneswar

ବାଇକ ଓ ଟ୍ରକ ମୁହାଁମୁହିଁ ଧକ୍କା, ଦୁଇ ବାଇକ ଅରୋହୀ ଗୁରୁତର

ସିନ୍ଧେକେଲା : ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଥାନା ଅନ୍ତର୍ଗତ ଭବାନୀପାଟଣା ଖରିଆର ଏନ ଏଚ ୧୬ ଚାନ୍ଦୋତରା କିରଣ ଢାବା ସମ୍ମୁଖରେ ବାଇକ ଓ ଟ୍ରକ ମୁହାଁ ମୁହିଁ ଧକ୍କା ହେବା ଫଳରେ ଦୁଇ ବାଇକ ଆରୋହୀ ଗୁରୁତର ହୋଇଛନ୍ତି । ତେବେ ସ୍ଥାନୀୟ ଲୋକଙ୍କ ସହାୟତାରେ ପ୍ରଥମେ ସିନ୍ଧେକେଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ପାଇଁ ଅଣାଯାଇଥିଲା। ଆରୋହୀ ମାନେ କୁର୍ଲୁଭଟା ଗାଁରୁ କୌଣସି କାମରେ ଚାନ୍ଦୋତରାକୁ ବାଇକରେ ଆସୁଥିବା ସମୟରେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଟ୍ରକ ଓ ବାଇକ ସଙ୍ଗେ ମୁହାଁମୁହିଁ ଧକ୍କା ହୋଇଥିଲା। ତେବେ ବାଇକ ଆରୋହୀ ତୁଳସୀରାମ ଚଣ୍ଡୀ (୨୫)ଙ୍କ ସ୍ୱାସ୍ଥ୍ୟ ସଙ୍କଟାପନ୍ନ ଥିବାରୁ ସିନ୍ଧେକେଲାରୁ ବଲାଙ୍ଗୀର ଭୀମ ଭୋଇ ହସ୍ପିଟାଲଙ୍କୁ ସ୍ଥାନାନ୍ତର କରାଯାଇଛି। ଗୁଆନ ଚଣ୍ଡୀ(୨୫)ଙ୍କୁ ସିନ୍ଧେକେଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରଠାରେ ଚିକିତ୍ସା କରାଯାଉଛି। ସିନ୍ଧେକେଲା ପୁଲିସ ଖବର ପାଇ ଦୁର୍ଘଟଣା ଘଟାଇଥିବା ଟ୍ରକକୁ ଥାନାକୁ ଆଣି ଅଧିକ ତଦନ୍ତ କରୁଛି।

Hot this week

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

Related Articles

Popular Categories