www.samajalive.in
Monday, December 8, 2025
17.1 C
Bhubaneswar

କାର ଦୁର୍ଘଟଣା : ଜଣେ ମୃତ, ଜଣେ ଗୁରୁତର

ହରଭଙ୍ଗା : ବୌଦ୍ଧ ଜିଲ୍ଲା ପୁରୁଣା କଟକ ଥାନା ଖୋର୍ଦ୍ଧା-ବଲାଙ୍ଗିର ୫୭ନଂ ଜାତୀୟ ରାଜପଥ କରଡାକୋଠା ନିକଟରେ ଏକ କାର ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଚାଳକ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ ଏକ କାର ଯୋଗେ ଭୁବନେଶ୍ୱର ଅଂଚଳର ଜିତେନ୍ଦ୍ର ଦାଶ ଏବଂ ମିଟୁ ଷଡଙ୍ଗୀ ବୌଦ୍ଧ ପଟୁ ଭୁବନେଶ୍ବର ଯାଉଥିବା ସମୟରେ କରଡାକୋଠା ନିକଟରେ ଭାରସାମ୍ୟ ହରାଇ ପୋଲ ପାରାପେଟି ୱାଲରେ ଧକ୍କା ହୋଇଥିଲା । ଏଥିରେ ମିଟୁ ଷଡଙ୍ଗୀଙ୍କ ମୃତ୍ୟୁ ହୋଇଥିବା ବେଳେ ଚାଳକ ଜିତେନ୍ଦ୍ର ଦାଶ ଗୁରୁତର ଆହତ ହୋଇଥିଲେ। ଖବର ପାଇ ହରଭଙ୍ଗା ଦମକଳ ଘଟଣା ସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ପୁରୁଣାକଟକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ଜିତେନ୍ଦ୍ର ଗୁରୁତର ହେବାରୁ ତାଙ୍କୁ ବୌଦ୍ଧ ସ୍ଥାନାନ୍ତର କରାଯାଇଥିବା ଜଣାପଡଛି । ପୁରୁଣା କଟକ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣାର ଛାନଭିନ ଆରମ୍ଭ କରିଥିବା ଥାନା ଅଧିକାରୀ ଜ୍ୟୋସ୍ନା କାଉଁରୀ ସୂଚନା ଦେଇଛନ୍ତି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories