www.samajalive.in
Friday, December 12, 2025
14.1 C
Bhubaneswar

ପଦ୍ମପୁର ଘାଟିରେ ଓଲଟିଲା ଅଟୋ, ଜଣେ ମୃତ, ୭ ଆହତ 

ପାତ୍ରପୁର : ଜରଡ଼ା ଥାନା ଅନ୍ତର୍ଗତ ପଦ୍ମପୁର ଘାଟିରେ ଏକ ଯାତ୍ରୀବାହୀ ଅଟୋ ଓଲଟି ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ୭ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି । ମୃତକ ଜଣକ ହେଲେ ଖାରିଆଗୁଡ଼ା ପଞ୍ଚାୟତ ଅନ୍ତର୍ଗତ ଏସ.ବି ଜଗଦେବାପୁର ଗ୍ରାମର ସସ୍ମିତା ସାହୁ (୨୮) ବୋଲି ଜଣାପଡିଛି । ସେହିପରି ଆହତ ମାନେ ହେଲେ ସେହି  ଗ୍ରାମର ପିଙ୍କୁ ସାହୁ (୨୬) ସହଦେବ ସାହୁ ( ୫୦), ଇନ୍ଦ୍ରା ସାହୁ (୪୦), ବେନି ସେଠୀ (୬୦), ସପନ ପ୍ରଧାନ (୩୨), ସୁଦଶ୍ନା ସାହୁ (୨୦), ଓ ତାଳପଡ଼ା ଗ୍ରାମର ଘରମଣି ସାହୁ (୨୨) ବୋଲି ଜଣାପଡିଛି। ସ୍ଥାନୀୟ ଲୋକେ ସମସ୍ତଙ୍କୁ ପାତ୍ରପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିବା ବେଳେ ଡାକ୍ତର ସସ୍ମିତାଙ୍କୁ ମୃତ ଘୋଷଣା କରିଥିଲେ। ସମସ୍ତେ ଶ୍ରମିକ ଭାବେ କାମ କରନ୍ତି। ସେମାନେ ସାମନ୍ତରାପୁର ପଞ୍ଚାୟତ ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମରେ ଘର ଛାତ କାମରେ ସାରି ଫେରିବା ବେଳେ ଅଟୋଟି  ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଆହତ ମାନେ ପାତ୍ରପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଥିବା ଜଣାପଡିଛି। ଜରଡା ପୁଲିସ ଡାକ୍ତଖାନାରେ ପହଞ୍ଚି ମୃତ ଦେହ ଜବତ କରି ବ୍ୟବଛେଦ ନିମନ୍ତେ ବ୍ରହ୍ମପୁର ପଠାଇଛି । ଏନେଇ ଏକ ମାମଲା ରୁଜୁ ହୋଇଛି ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories