www.samajalive.in
Monday, December 15, 2025
15.1 C
Bhubaneswar

ବାଂଶଡା ରେଳ ପୋଲରୁ ଖସି ଜଣେ ମୃତ

ଧାମରା: ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବାଂଶଡା ଥାନା ଅଧୀନସ୍ଥ ଧାମରା ବନ୍ଦର ରେଳପୋଲରୁ ଖସି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ବାଂଶଡା ଥାନା ଅଧୀନ ହରିପୁର ଗ୍ରାମର ପଞ୍ଚାନନ ବଳ(୬୦)। ଆଜି ସକାଳ ୮ଟା ସମୟରେ ସେ ପୋଲରେ ଯାଉଥିବା ସମୟରେ ଭାରସାମ୍ୟ ରକ୍ଷା କରି ନ ପାରି ଖସି ପଡିଥିଲେ। ତାଙ୍କ ମୁଣ୍ଡ ପୋଲ ତଳେ ପଡିଥିବା ପଥରରେ ମାଡ଼ ହୋଇଥିଲା। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ବାଂଶଡା ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ପଞ୍ଚାନନଙ୍କୁ ମୃତ ଘୋଷଣା କରିଥିଲେ। ଅତ୍ୟଧିକ ରକ୍ତସ୍ରାବ ଯୋଗୁଁ ପଞ୍ଚାନନଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ବାଂଶଡା ପୁଲିସ ତଦନ୍ତ ଆରମ୍ଭ କରିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories