www.samajalive.in
Saturday, December 6, 2025
16.1 C
Bhubaneswar

ଡମଣା ଛକରେ ଦୁର୍ଘଟଣା, ଦ୍ରୁତଗତିରେ ଆସି ଟ୍ରାଫିକ ପୋଷ୍ଟକୁ ଧକ୍କା ଦେଲା କାର

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ଵର ଡମଣା ଛକରେ ସୋମବାର ବିଳମ୍ବିତ ରାତିରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଦ୍ରୁତଗତିରେ ଆସୁଥିବା ଏକ କାର ରାସ୍ତା ମଝିରେ ଥିବା ଟ୍ରାଫିକ ପୋଷ୍ଟକୁ ଧକ୍କା ଦେଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣା ଯୋଗୁ କାରଟି ଚୂରମାର ହୋଇଯାଇଛି। ବିଳମ୍ବିତ ରାତି ଯୋଗୁ ଦୁର୍ଘଟଣାରେ ଅନ୍ୟ କାହାରି କୌଣସି କ୍ଷତି ହୋଇନାହିଁ। ଗାଡ଼ି ଚାଳକ ଏବଂ ଯାତ୍ରୀଙ୍କ ସମ୍ପର୍କରେ ବିଶେଷ ସୂଚନା ମିଳିନାହିଁ। ଖବରପାଇ ଚନ୍ଦ୍ରଶେଖରପୁର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରି ତଦନ୍ତ ଚଳାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories