www.samajalive.in
Monday, December 8, 2025
27.1 C
Bhubaneswar

ବସ ଦୁର୍ଘଟଣାଗ୍ରସ୍ତ ; ବଡ ଧରଣର ଦୁର୍ଘଟଣାରୁ ବର୍ତ୍ତିଲେ ୫୦ ଯାତ୍ରୀ

ଗଞ୍ଜାମ : ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଖେମୁଣ୍ଡିଖେଲରେ ଏକ ବସ ଦୁର୍ଘଟଣାଗ୍ରସ୍ତ ହୋଇଥିବା ରବିବାର ଜଣାପଡ଼ିଛି। ଖେମୁଣ୍ଡିଖେଲରେ ପୋଲକୁ ବସଟି ଧକ୍କା ଦେବା ସହ ଏକ ବଡ ଧରଣର ଦୁର୍ଘଟଣାରୁ ୫୦ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏହାସହ ହେଲପର ସମେତ ୨ ଆହତ ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ବସଟିର ଗୋଟିଏ ପଟ ପୋଲ ତଳକୁ ଝୁଲି ରହିଥିଲା। ମାତ୍ର ସୌଭାଗ୍ୟ ବଶତଃ ଯାତ୍ରୀମାନେ ସୁରକ୍ଷିତ ରହିବା ସହ ସ୍ଥାନୀୟଲୋକେ ସେମାନଙ୍କୁ ଉଦ୍ଧାର କରିଛନ୍ତି ବୋଲି ପ୍ରାର୍ଥମିକ ତଦନ୍ତରୁ ଜଣାପଡ଼ିଛି। ବସଟି ପୋଲ ଉପରେ ଅଧା ଝୁଲି ରହିଥିବାରୁ ଯାତାୟତ ବାଧାପ୍ରାପ୍ତ ହୋଇଛି। ଦୁର୍ଘଟଣା କାରଣ ଅସ୍ପଷ୍ଟ ରହିଛି।ବସଟି ଅନ୍ତରବାରୁ ବ୍ରହ୍ମପୁର ଯିବା ବାଟରେ ଦୁର୍ଘଟଣା ଘଟିଛି ବୋଲି ସୂଚନା ମିଳିଛି।

 

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories