www.samajalive.in
Sunday, December 7, 2025
16.1 C
Bhubaneswar

ଟ୍ରାକ୍ଟର-ବାଇକ୍‌ ଧକ୍କା; ୩ ଗୁରୁତର

ବାଲେଶ୍ବର: ବାଲେଶ୍ବର ଜିଲା ସଦର ଥାନା ଅନ୍ତର୍ଗତ ସାରଗାଁ ସ୍ଥିତ ଶାନ୍ତି ଢାବା ନିକଟରେ ମଙ୍ଗଳବାର ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଡିଆରଡିଓ ରାସ୍ତା କାମ ବେଳେ ଟ୍ରାକ୍ଟର ଓ ବାଇକ୍‌ ପରସ୍ପର ଧକ୍କା ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୩ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ଗୁରୁତରମାନଙ୍କୁ ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଅପରପକ୍ଷରେ ଉତ୍ୟକ୍ତ ଲୋକ ରାସ୍ତା ଅବରୋଧ କରିଥିଲେ। ଫଳରେ ଯାନ ବାହାନ ଯିବା ଆସିବାରେ ବାଧା ଉପୁଜିଥିଲା। ପରେ ପୁଲିସର ବୁଝାସୁଝା ପରେ ରାସ୍ତାରେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଛି। ଘଟଣାସ୍ଥଳରେ ୧ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯାଇଛି। ରେଡ଼କ୍ରସ କକ୍ଷରୁ ଗୁରୁତରମାନଙ୍କୁ ସହାୟତା ପ୍ରଦାନ କରାଯିବ ବୋଲି ଜଣାପଡ଼ିଛି।

 

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories